www.samajalive.in
Tuesday, December 9, 2025
19.1 C
Bhubaneswar

ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ପରଲୋକ

କେନ୍ଦୁଝର: କେନ୍ଦୁଝରରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପଦ୍ମଶ୍ରୀ ମାଗୁଣି ଚରଣକୁଅଁରଙ୍କ ପରଲୋକ ଘଟିଛି। ୮୮ ବର୍ଷ ବୟସରେ ନିଜ ପୈତୃକ ଘର ବୈଦରାଜ ସାହିରେ ତାଙ୍କର ପରଲୋକ ଘଟିଛି। ଦୀର୍ଘଦିନରୁ ସେ ରୋଗାଗ୍ରସ୍ତ ଥିଲେ। ମାଗୁଣିଙ୍କ ପରଲୋକ ନେଇ ତାଙ୍କ ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି। କିଛି ଦିନ ତଳେ ଗୁରୁତର ଅବସ୍ଥାରେ ସେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ସେଠାରେ ଚିକିତ୍ସିତ ହେବା ପରେ ସାମାନ୍ୟ ସୁସ୍ଥ ହୋଇଥିଲେ ମାଗୁଣି । ଏହାପରେ ପରିବାର ଲୋକ ତାଙ୍କୁ ଘରକୁ ନେଇଆସିଥିଲେ । ଆଜି ସେ ନିଜର ବାସଭବନରେ ତାଙ୍କର ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି । କଣ୍ଢେଇ ନୃତ୍ୟକୁ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିଛନ୍ତି ମାଗୁଣି ଚରଣ କୁଅଁର । ନିଜର ଅକ୍ଲାନ୍ତ ନିଷ୍ଠା ଓ ପରିଶ୍ରମ ବଳରେ ସେ  କଣ୍ଢେଇ ନୃତ୍ୟକୁ ବିଶ୍ଵ ଦରବାରରେ ପରିଚିତ କରାଇପାରିଥିଲେ।  ଯେଉଁଥିଲାଗି ୨୦୨୩ରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ କରିଥିଲେ। ତେବେ ଗତ କିଛିଦିନ ତଳେ ସେ ତାଙ୍କ ବଡ ପୁଅକୁ ହରାଇଥିବା ବେଳେ କିଛି ବର୍ଷ ପୂର୍ବେ ତାଙ୍କ ସାନ ପୁଅ କୁ ହରାଇ ଥିଲେ। ଏସବୁ ଦୁଃଖଦ ଘଟଣା କୁ ଭାବି ଭାବି ତାଙ୍କ ଶରୀର ଅସୁସ୍ଥ ରହୁଥିଲା। ତାଙ୍କ ମୃତ୍ୟୁ ପରେ ପରିବାର ଲୋକେ ଭାଙ୍ଗି ପଡ଼ିଥିବାବେଳେ ତାଙ୍କୁ ଶେଷ ଦର୍ଶନ କରିବା ଲାଗି ସ୍ଥାନୀୟ ଲୋକଙ୍କ ସୁଅ ଛୁଟିଛି। ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ ଅନର ଦିଆଯିବା ନେଇ ସୂଚନା ରହିଛି।

Hot this week

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

Related Articles

Popular Categories