www.samajalive.in
Saturday, December 6, 2025
26.1 C
Bhubaneswar

ନାବାଳିକା ଦୁଷ୍କର୍ମ ଓ ହତ୍ୟାକାରୀକୁ ଫାଶୀ ଦଣ୍ଡ

କଟକ : ସାଲେପୁର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଗୁରୁବାର ଦୋଷୀକୁ ଅଦାଲତ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଦୋଷୀ ସେକ୍ ମୁସ୍ତାକକୁ କଟକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ବୁଧବାର ଅଦାଲତ ମୁସ୍ତାକକୁ ଦୋଷୀ ସାବ୍ୟସ୍ତ କରିଥିଲେ।
ସୂଚନାଯୋଗ୍ୟ, ୨୦୧୮ ଏପ୍ରିଲ ୨୧ ତାରିଖରେ ସାଲେପୁର ଅଞ୍ଚଳରେ ଏହି ଘଟଣା ଘଟିଥିଲା। ୬ ବର୍ଷର ନାବାଳିକା ଜଣକ ନିଜ ଭାଇ ସହ ଖେଳୁଥିବା ସମୟରେ ମୁସ୍ତାକ ତାକୁ ଡାକି ନେଇଥିଲା। ଚକୋଲେଟ ଦେବା ବାହାନାରେ ଡାକି ନେଇ ଦୁଷ୍କର୍ମ କରିଥିଲା । ଏହାପରେ ଏକ ଇଟାରେ ମୁଣ୍ଡକୁ ଛେଚି ହତ୍ୟା କରିବାକୁ ଉଦ୍ୟମ କରିଥିଲା। ତେବେ ନାବାଳିକାଙ୍କୁ ଉଦ୍ଧାର କରିବା ପରେ ତାଙ୍କୁ ଏସସିବିରେ ଭର୍ତ୍ତି କରାଯାଇଥିଲା। ମାତ୍ର ଗୁରୁତର ଅବସ୍ଥାରେ ପୀଡିତା ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଥିଲା। ଘଟଣାର ୧୯ ଦିନ ପରେ ମେ ୯ ତାରିଖରେ ପୁଲିସ ଚାର୍ଜସିଟ୍ ଦାଖଲ କରିଥିଲା।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories