www.samajalive.in
Sunday, December 7, 2025
18.1 C
Bhubaneswar

ଆଫଗାନିସ୍ତାନ ଭୂକମ୍ପ ମୃତ୍ୟୁ ସଂଖ୍ୟା ୮୦୦ ଟପିଲା, ୧୩୦୦ ଆହତ

ସମାଜ ଡିଜିଟାଲ ଡେସ୍କ: ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ ପ୍ରଭାବରେ ମୃତ୍ୟୁ ସଂଖ୍ୟା ୮୦୦ ଅତିକ୍ରମ କରିଛି। ୧୩୦୦ରୁ ଅଧିକ ଲୋକ ଏଥିରେ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିବା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଚାଲିଛି।

ରବିବାର ବିଳମ୍ବିତ ରାତି ପ୍ରାୟ ୧୧ଟା ୪୭ରେ ପାକିସ୍ତାନ ସୀମା ସଂଲଗ୍ନ ପୂର୍ବ ଆଫଗାନିସ୍ତାନରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬ ରହିଥିଲା। ରାତି ସମୟରେ ଭୂକମ୍ପ ହେବାରୁ ଏତେ ସଂଖ୍ୟାରେ ମୃତ୍ୟୁ ଘଟିଥିବା କୁହାଯାଉଛି।

- Advertisement -

ଭୂକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ, ଅକେନ ଗାଁ ନିଶ୍ଚିହ୍ନ ହୋଇଯାଇଛି। ବହୁ କୋଠା ଧୂଳିସାତ ହୋଇଯାଇଛି। ଭୂକମ୍ପ ସମୟର ଅନେକ ଦୃଶ୍ୟ ଥିବା ଭିଡିଓ ଏବେ ସାମାଜିକ ଗଣମାଧ୍ୟରେ ପ୍ରଘଟ ହେବାରେ ଲାଗିଛି। ଭୂପୃଷ୍ଠରୁ ୮ କିଲୋମିଟର ଗଭୀରରେ ଭୂକମ୍ପର ଉତ୍ପତିସ୍ଥଳ ବୋଲି ଆମେରିକା ଭୂତାତ୍ତ୍ଵିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ କୁହାଯାଇଛି।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories