www.samajalive.in
Sunday, December 14, 2025
26.1 C
Bhubaneswar

ଘାଟିରେ ବସ ଓଲଟିବା ଘଟଣା: ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ବୈପାରୀଗୁଡ଼ା: କୋରାପୁଟ ଜିଲା ବୈପାରୀଗୁଡ଼ାର ଗୁପ୍ତେଶ୍ଵର ପୀଠ ନିକଟ ଡକରିଘାଟିର ସୁକୁନାଳ ପାଖରେ ବସ ଓଲଟିବା ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ଏହି ଦୁର୍ଘଟଣାରେ ୨୮ ପର୍ଯ୍ୟଟକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସେମାନଙ୍କୁ ଚିକିତ୍ସା ପାଇଁ ବୈପାରୀଗୁଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ଏବଂ ଆହତମାନେ କଟକ ଜିଲା ନିଆଳି ଅଞ୍ଚଳର ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, ନିଆଳି ଅଞ୍ଚଳରୁ କିଛି ଲୋକ ବସ ଯୋଗେ ବୈପାରୀଗୁଡ଼ାର ପସିଦ୍ଧ ଗୁପ୍ତେଶ୍ଵର ପୀଠ ଦର୍ଶନ ଲାଗି ଯାଇଥିଲେ। ଡକରିଘାଟି ନିକଟ ସୁକୁନାଳ ପାଖରେ ବସଟି ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକେ ବସରୁ ପର୍ଯ୍ୟଟକମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories