www.samajalive.in
Monday, December 15, 2025
26.1 C
Bhubaneswar

ଜାମ୍ମୁ-କାଶ୍ମୀର ବାଦଲଫଟା ବର୍ଷାଜନିତ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରର କିସ୍ତଓ୍ବାର ଜିଲା ଅନ୍ତର୍ଗତ ଚୋସଟି ଗ୍ରାମରେ ଗୁରୁବାର ହୋଇଥିବା ବାଦଲଫଟା ବର୍ଷାରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ଉଦ୍ଧାରକାରୀ ଦଳ ୧୩ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।

ବାଦଲଫଟା ବର୍ଷା ପରେ ମାଚେଲ ମାତା ପୀଠକୁ ଆରମ୍ଭ ହୋଇଥିବା ବାର୍ଷିକ ଯାତ୍ରା ସ୍ଥଗିତ ରଖାଯାଇଛି। ଉପରାଜ୍ୟପାଳ ମନୋଜ ସିହ୍ନା ବାଦଲଫଟା ବର୍ଷା ଯୋଗୁ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏହା ସହିତ ପ୍ରଶାସନ, ପୁଲିସ, ସେନା, ଏନଡିଆରଏଫ ଏବଂ ଏସଡିଆରଏଫକୁ ଉଦ୍ଧାର କାର୍ଯ୍ୟ ତ୍ଵରାନ୍ବିତ କରିବାକୁ ନିର୍ଦେଶ ଦେଇଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories