www.samajalive.in
Monday, December 15, 2025
26.1 C
Bhubaneswar

ଭାରତରେ ୧୯ ହଜାର ୯୮୪ କରୋନା ଆକ୍ରାନ୍ତ, ୬୪୦ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବୁଧବାର ସକାଳ ୮ଟା ସୁଦ୍ଧା​‌ଦେଶରେ ୧୯ ହଜାର ୯୮୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫ ହଜାର ୪୭୪ ଜଣ ଏବେ ଚିକିତ୍ସାଧୀନ ଥିବାବେଳେ ୩୮୬୯ ଜଣ ସୁସ୍ଥ ହୋଇଛନ୍ତି। ମୋଟ ୬୪୦ ଜଣଙ୍କ ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାର ୱେବସାଇଟ୍‌ରେ ଦର୍ଶାଯାଇଛି। ଗତ ୨୪ ଘଣ୍ଟାରେ ଦେଶରେ ୧୩୮୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫୦ ଜଣଙ୍କ ମୃତ୍ୟୁ ଘଟିଛି।

କୋଭିଡ୧୯ଇଣ୍ଡିଆ ୱେବସାଇଟ୍‌ ତଥ୍ୟ ଅନୁସାରେ, ମହାରାଷ୍ଟ୍ରରେ ଦେଶର ସର୍ବାଧିକ କରୋନା ଆକ୍ରାନ୍ତ ରହିଛନ୍ତି। ଏଠାରେ ମୋଟ ୫୨୦୦ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସର୍ବାଧିକ ୨୫୧ ଜଣ ପ୍ରାଣ ହରାଇଛନ୍ତି। ମହାରାଷ୍ଟ୍ର ପଛକୁ ଗୁଜରାଟରେ ଦ୍ବିତୀୟ ସର୍ବାଧିକ ୨୧୭୮, ରାଜଧାନୀ ନୂଆଦିଲ୍ଲୀରେ ୨୧୫୬, ରାଜସ୍ଥାନରେ ୧୭୩୫, ତାମିଲନାଡୁରେ ୧୫୯୬, ମଧ୍ୟପ୍ରଦେଶରେ ୧୫୫୨, ଉତ୍ତରପ୍ରଦେଶରେ ୧୩୩୭ ଆକ୍ରାନ୍ତ ରହିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories