www.samajalive.in
Monday, December 8, 2025
27.1 C
Bhubaneswar

ସାମାନ୍ୟ ବଚସାରୁ ଯୁବକଙ୍କୁ ହତ୍ୟା

ଦେବଗଡ଼: ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ଦେବଗଡ ଜିଲ୍ଲା କୁଣ୍ଢେଇଗୋଳା ଥାନା ଗୋହିଡା ଗ୍ରାମର ରଞ୍ଜିତ ନାୟକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଥିବା ଜଣାପଡ଼ିଛି । ଗତକାଲି ରାତିରେ ରଞ୍ଜିତ ଘର ବାହାରେ ଶୋଇଥିବା ବେଳେ ତାଙ୍କୁ ପ୍ରଭାତ କୁମୁରା ବୋଲି ଜଣେ ବ୍ୟକ୍ତି ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ପ୍ରଭାତ ଗତକାଲି ରଞ୍ଜିତଙ୍କ ବାପା ବାଙ୍ଗୁରୁ ନାୟକଙ୍କ ସହ ପାଟିତୁଣ୍ଡ କରିଥିଲା । ରଞ୍ଜିତ ଏହାକୁ ବିରୋଧ କରିବାରୁ ଏଥିରେ ଉତକ୍ଷିପ୍ତ ହୋଇପଡି ପ୍ରଭାତ ତାଙ୍କୁ ହତ୍ୟା କରିଥିବା କୁହାଯାଉଛି । ଘଟଣାସ୍ଥଳରେ ରଞ୍ଜିତଙ୍କ ମୃତ୍ୟୁ ହୋଇଥିବା ବେଳେ ପରିବାର ଲୋକ କୁଣ୍ଢେଇଗୋଳା ଥାନା ପୁଲିସକୁ ଏନେଇ ଖବର ଦେଇଥିଲେ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ହତ୍ୟାକାରୀ ପ୍ରଭାତକୁ ଗିରଫ କରିବା ସହ ହତ୍ୟାରେ ବ୍ୟବହାର ହୋଇଥିବା ଟାଙ୍ଗିଆକୁ ଜବତ କରିଛି । ଆଜି ସକାଳୁ ସାଇଣ୍ଟିଫିକ ଟିମ ସହ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛି ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories