www.samajalive.in
Monday, December 15, 2025
15.1 C
Bhubaneswar

ସଡକ ଦୁର୍ଘଟଣାରେ ୩ ବାଇକ ଆରୋହୀ ଗୁରୁତର

ଦେବଗଡ଼:ଆଜି ରାତ୍ରୀରେ ରିଆମାଳ ଥାନା ଅନ୍ତର୍ଗତ ଗୋହିରା ଛକ ନିକଟରେ ଏକ ସଡକ ଦୁର୍ଘଟଣାରେ ୩ଜଣ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଆଜି ରାତି ପ୍ରାୟ ୮ଟା ସମୟରେ ମଧ୍ୟପୁର ଗ୍ରାମର ମହେଶ୍ୱର ପ୍ରଧାନ, ଅଜୟ ପ୍ରଧାନ ଓ ଭରତ କିସାନ ଏକ ବାଇକ ଯୋଗେ ଦେବଗଡ ପଟୁ ନିଜ ଘରକୁ ଫେରୁଥିଲେ। ତେବେ ଗୋହୀରା ଛକ ନିକଟରେ ଦୃତଗତିରେ ଆସୁଥିବା ଏକ ବୋଲେରୋ ତାଙ୍କୁ ଧକ୍କାଦେଇ ଫେରାର ହୋଇଯାଇଥିଲା। ଫଳରେ ରାସ୍ତା କଡରେ ଠିଆ ହୋଇଥିବା ଏକ ଟ୍ରାକ୍ଟରରେ ସେମାନେ ପିଟିହେବା ସହ ଭରତଙ୍କ ହାତ ଓ ଅଜୟଙ୍କ ଗୋଡ ଭାଙ୍ଗି ଯାଇଥିଲା। ସେହିପରି ମହେଶ୍ୱରଙ୍କ ଛାତିରେ ଗୁରୁତର ଆଘାତ ଲାଗିଥିଲା। ସ୍ଥାନୀୟ ଲୋକେ ସେଠାରୁ ଆହତ ୩ଜଣଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories