ଦେବାଶିଷଙ୍କୁ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ନୋଟିସ୍
ଭୁବନେଶ୍ୱର : ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗରେ ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କୁ ନୋଟିସ ଜାରି କରାଯାଇଛି । ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହାର ଜବାବ ଦେବାକୁ ଦେବାଶିଷଙ୍କୁ ନିର୍ଦ୍ଦେଶ ହୋଇଛି । ସୂଚନାଯୋଗ୍ୟ, ଏପ୍ରିଲ ୨୨ରେ ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଫେସବୁକରେ ମେସେଜ ଜରିଆରେ ଲୋକଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରିଥିଲେ ବୋଲି ଅଭିଯୋଗ ହୋଇଥିଲା। ଭୋଟରଙ୍କୁ ପ୍ରଭାବିତ ଓ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗରେ ମଙ୍ଗଳବାର ନିର୍ବାଚନ ଅଧିକାରୀ ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କୁ ନୋଟିସ ଜାରି କରିଛନ୍ତି ।
Comments are closed.