www.samajalive.in
Friday, December 5, 2025
26.1 C
Bhubaneswar

ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ଜାଣନ୍ତୁ କିଏ କେତେ ଗରା ଜଳାରେ ସ୍ନାନ କରିବେ

ପୁରୀ: ଆଜି ଦେବସ୍ନାନ ପୂର୍ଣ୍ଣିମା ବା ମହାପ୍ରଭୁଙ୍କ ସ୍ନାନଯାତ୍ରା। ସ୍ନାନ ମଣ୍ଡପରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ। ଆଜି ଭୋର ୫ଟାରୁ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଧାଡି ପହଣ୍ଡିରେ ସ୍ନାନ ମଣ୍ଡପକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂରତି। ଦିନ ୧୨ଟା ୨୦ରୁ ୧ଟା ୪୫ ମିନିଟ ଭିତରେ ମହାପ୍ରଭୁଙ୍କର ଦିବ୍ୟସ୍ନାନ ଅନୁଷ୍ଠିତ ହେବ। ଏହାପରେ ସାହାଣମେଲା ଦର୍ଶନ ବ୍ୟବସ୍ଥା କରାଯିବାକୁ ନୀତି ନିର୍ଘଣ୍ଟ ହୋଇଛି। ଦିନ ୩ଟାରେ ଛେରା ପହଁରା ୩ଟା ୪୦ରେ ହାତୀବେଶ କରାଯିବ।
ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ ଗରା ଜଳରେ ସ୍ନାନ କରାଯିବ। ଆଉ ଏହାପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯିବ। ଜଗନ୍ନାଥ ମହାପ୍ରଭୁଙ୍କୁ ୩୫ଗରା ଓ ବଡଠାକୁର ବଳଭଦ୍ରଙ୍କୁ ୩୩ଗରା, ଦେବୀ ଶୁଭଦ୍ରାଙ୍କୁ ୨୨ଗରା ଏବଂ ସୁଦର୍ଶନଙ୍କୁ ୧୮ଗରା ଜଳରେ ସ୍ନାନ କରାଯାଏ। ଏହି ୧୦୮ ଗରା ଜଳରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ଆଦି ମିଶ୍ରତ କରାଯାଏ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories