www.samajalive.in
Thursday, December 11, 2025
13.1 C
Bhubaneswar

ଅନାସ୍ଥା ପ୍ରସ୍ତାବକୁ ବିଜେଡିର ବିରୋଧ

ଭୁବନେଶ୍ବର: ଆଜି କେନ୍ଦ୍ର ସରକାରଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ସଂସଦରେ ଆଲୋଚନା ହୋଇଥିଲା। ଏହି ଆଲୋଚନାଚାଲିଥିବାବେଳେ ଏହାକୁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ବିରୋଧ କରାଯାଇଛି। ଏହି ଆଲୋଚନାରେ ଅଂଶଗ୍ରହଣ କରି ବିଜେଡି ପକ୍ଷରୁ ଲୋକସଭାରେ ଦଳର ନେତା ପିନାକୀ ମିଶ୍ର ମତ ରଖି କେନ୍ଦ୍ରସରକାରଙ୍କ ସଫଳତା ବଖାଣିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ଶ୍ରୀ ମିଶ୍ର କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ଜଣେ ଭଲ ବକ୍ତା ଓ ସଂସଦର ସବୁ ଅଧିବେଶନରେ ସେ ବକ୍ତବ୍ୟ ରଖିଥାନ୍ତି। ଯେତେଥର ପ୍ରଧାନମନ୍ତ୍ରୀ ସଂସଦରେ ବକ୍ତବ୍ୟ ରଖିଛନ୍ତି, ସେତେ ଥର କଂଗ୍ରେସକୁ ଅପଦସ୍ଥ କରିଛନ୍ତି ବୋଲି କହିବା ସହିତ ଲୋକସଭାରେ ଅନାସ୍ଥା ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ପ୍ରସ୍ତାବକୁ ସାଂସଦ ଶ୍ରୀ ମିଶ୍ର ବିରୋଧ କରିଛନ୍ତି। ସେ କହିଛନ୍ତି ଯେ କେନ୍ଦ୍ର ସରକାର ଓଡ଼ିଶାର ଅନେକ ଦାବି ପୂରଣ କ୍ଷେତ୍ରରେ ନିରବ ରହିଥିବାବେଳେ ଅନେକ କ୍ଷେତ୍ରରେ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର କରିଥିବା ସହଯୋଗ ପ୍ରଶଂସନୀୟ। ଏଣୁ ବିଜେଡି ଏହି ଅନାସ୍ଥା ପ୍ରସ୍ତାବକୁ ସମର୍ଥନ କରିବ ନାହିଁ ବୋଲି ପ୍ରକାଶ କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories