www.samajalive.in
Saturday, December 6, 2025
16.1 C
Bhubaneswar

ବିଦ୍ୟୁତ୍ ଆଘାତରୁ ଦନ୍ତା ମୃତ

ଦେବଗଡ: ଥମୁନି ହାତୀ ମୃତ୍ୟୁ। ହାତୀ ମଣିଷ ଲଢେଇ ମଧ୍ୟରେ କେତେବେଳେ ହାତୀର ଜୀବନ ଯାଉଛି ତ ଆଉ କେତେବେଳେ ମଣିଷ ତାର ବହୁମୂଲ୍ୟ ଜୀବନ ହରାଉଛି। ଆଜି ଦେବଗଡ ଜିଲ୍ଲା ରିଆମାଳ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନ୍ ଗରିଆପାଲି ଗାଁରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି। ଗାଁ ରାସ୍ତାରୁ ହାତୀର ମୃତଦେହ ଠାବ ହୋଇଛି।  ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।  ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବିଳମ୍ବିତ ରାତି ଦନ୍ତାହାତୀ ପ୍ରାଣ ହରାଇଥିବା ଜଣାପଡିଛି। ଆଜି ସକାଳୁ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀ ଦେହରେ ଲାଗିଥିବା ବିଦ୍ୟୁତ ତାର ହଟାଇଛନ୍ତି। ବରହା ଶିକାର ପାଇଁ କିଛି ଦୁର୍ବୃତ୍ତ ବେଆଇନ ଭାବେ ବିଦ୍ୟୁତ ତାର ବିଛାଇଥିଲେ। ବନବିଭାଗର ଅବହେଳା ଯୋଗୁଁ ଉକ୍ତ ତାରରେ ଲାଗି ଦନ୍ତାହାତୀଟି ପ୍ରାଣ ହରାଇଥିବା ଜଣାପଡିଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories