www.samajalive.in
Saturday, December 6, 2025
23.1 C
Bhubaneswar

ରାସ୍ତା ନଥିବାରୁ ଆହତଙ୍କୁ ୨ କି.ମି ଵୋହିଲେ ଆମ୍ବୁଲାନ୍ସ କର୍ମଚାରୀ

ଦେବଗଡ଼ : ଗାଁକୁ ପହଁଞ୍ଚି ପାରିଲାନି ଆମ୍ବୁଲାନ୍ସ।  ପ୍ରାୟ ୨ କିଲୋମିଟର ଷ୍ଟ୍ରେଚରରେ ବୁହା ହେଲା ରୋଗୀ । ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ଗାଡିଆ ଗାଁରେ ଏମିତି କିଛି ଘଟଣା ଦେଖିବାକୁ ମିଳିଛି। ବୁଧବାର ଗାଡିଆ ଗାଁର ଗୋପୀ ପ୍ରଧାନ ଘର ଛାତ ଉପରୁ ତଳେ ପଡି ଗୁରୁତର ଆହତ ହୋଇଥିଲେ । ପରିବାର ଲୋକ ମେଡିକାଲ ନେବା ପାଇଁ ଆମ୍ବୁଲାନ୍ସ କୁ ଯୋଗାଯୋଗ କରିଥିଲେ। ହେଲେ ଗାଁକୁ ରାସ୍ତା ନଥିବାରୁ ଗାଁକୁ ଆମ୍ବୁଲାନ୍ସ ଆସିପାରିନଥିଲା। ଫଳରେ ବାଧ୍ୟ ହୋଇ ଗ୍ରାମବାସୀମାନେ ଆମ୍ବୁଲାନ୍ସ କର୍ମଚାରୀ ଙ୍କ ସହାୟତାରେ ରୋଗୀଙ୍କୁ ଷ୍ଟ୍ରେଚରରେ ବୋହି ଆଣିଥିଲେ । ପରେ ତାଙ୍କୁ  ବାରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମାତ୍ର ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories