www.samajalive.in
Friday, December 5, 2025
23.1 C
Bhubaneswar

ଡେବ୍ରିଗଡ଼ ହେବ ଆନ୍ତର୍ଜାତିକ ଇକୋ-ଟୁରିଜିମ୍‌

ସମ୍ବଲପୁର: ସମ୍ବଲପୁର ସ୍ଥିତ ଡେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଆନ୍ତର୍ଜାତିକ ଇକୋ-ଟୁରିଜିମ୍‌‌ ଡେଷ୍ଟିନେସନ୍‌‌ ଭାବେ ବିକଶିତ କରିବାକୁ ଓଡ଼ିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ୭୧.୧୯ କୋଟି ଟଙ୍କାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର୍‌‌) ମଞ୍ଜୁରୀ ଦେଇଥିବା ସୂଚନ ଦେଇଛନ୍ତିି ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ନିଷ୍ପତ୍ତି ଡେବ୍ରିଗଡ଼ର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଆନ୍ତର୍ଜାତିକସ୍ତରରେ ପରିଚୟ ଦେବା ସହ ବନ୍ୟଜନ୍ତୁ ସଂରକ୍ଷଣରେ ସହାୟକ ହେବ। ଏହି ପ୍ରକଳ୍ପ ସ୍ଥାନୀୟ ନିଯୁକ୍ତି ଏବଂ ପର୍ଯ୍ୟଟନକୁ ବଡ଼ ଗତି ଦେବ ବୋଲି ସେ ଆଶାପ୍ରକାଶ କରିଛନ୍ତି। ଅଭୟାରଣ୍ୟର ୧୦୦ କିଲୋମିଟର ପରିସୀମା ଚାରିପଟେ ପାଚେରି ନିର୍ମାଣ ପାଇଁ ସ୍ୱତନ୍ତ୍ର ଭାବେ ଅତିରିକ୍ତ ୧୪.୧୮ କୋଟି ଟଙ୍କା ଯୋଗାଇବାକୁ ମଧ୍ୟ ନିର୍ଦେଶ ଦିଆଯାଇଛି।

ଏହି ରାଶିକୁ କାମ୍ପା କିମ୍ୱା ଅନ୍ୟାନ୍ୟ ରାଜ୍ୟ ସରକାରୀ ପାଣ୍ଠି ମାଧ୍ୟମରେ ଯୋଗାଇବାକୁ ପରାମର୍ଶ ଦିଆଯାଇଛି। ଏହି ପାଚେରି ନିର୍ମାଣ ଦ୍ୱାରା ବନ୍ୟଜନ୍ତୁ ଓ ମଣିଷ ମଧ୍ୟରେ ସଂଘର୍ଷ ହ୍ରାସ ପାରିବ। ସମ୍ପୃକ୍ତ ବିଭାଗକୁ ତୁରନ୍ତ ଏହି ଡିପିଆର୍‌ ଅନୁଯାୟୀ ଆଗାମୀ ପଦକ୍ଷେପ ନେବାକୁ ସରକାରଙ୍କ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଏହି ପ୍ରକଳ୍ପ ଡେବ୍ରିଗଡ଼ରେ ଇକୋ-ଟୁରିଜିମ୍‌‌ ଭିତ୍ତିଭୂମିର ବିକାଶ କରିବା ସହ ସ୍ଥାନୀୟ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ଏବଂ ପ୍ରାକୃତିକ ସମ୍ପଦର ସୁରକ୍ଷାକୁ ବଳିଷ୍ଠ କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

Related Articles

Popular Categories