www.samajalive.in
Monday, December 15, 2025
26.1 C
Bhubaneswar

ଡିସେମ୍ବର ୨୨ :ବର୍ଷର ସବୁଠାରୁ ଛୋଟ ଦିନ

ଭୁବନେଶ୍ବର: ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ତାରିଖ ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ ଏବଂ ଏହାବର୍ଷର “ସବୁଠାରୁ ଛୋଟ ଦିନ” ହୋଇଥାଏ ଗୋଲାର୍ଦ୍ଧରେ ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ ରେ “ସବୁଠାରୁ ଛୋଟ ଦିନ” ହୋଇଥାଏ ।ଜ୍ୟୋତିର୍ବିଜ୍ଞାନିଙ୍କ ମତରେ ଶୀତଦିନ ଆରମ୍ଭ ହୁଏବର୍ଷର ଏହି ସବୁଠାରୁ ଛୋଟ ଦିନରୁ ଓ ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ବା ହୁଏ। ମାର୍ଚ୍ଚ ମାସ ବେଳକୁ ଦିନ ଓ ରାତିର ଅବଧି ପାଖାପାଖି ସମାନ ହୁଏ ଜ୍ଝ ମେରୁ ନିକଟବର୍ତ୍ତୀ ସ୍ଥାନଗୁଡ଼ିକରେ ବର୍ଷସାରା ଦିନର ଦୈର୍ଘ୍ୟରେବଡ଼ ପାର୍ଥକ୍ୟ ଅନୁଭୁତ ହୁଏ।ସେଠାରେ ଶୀତଋତୁରେ ଦିନଗୁଡ଼ିକ ଅତ୍ୟନ୍ତ ଛୋଟ ହୁଏ ଜ୍ଝ

ଆମେ ଜାଣିଛେଯେ ସୂର୍ୟ୍ୟ ଚାରିପଟେ ପୃଥିବୀ ନିଜ କକ୍ଷ ପଥରେ ୨୩.୫ ଡିଗ୍ରୀ ଢଳି ରହି ବୁଲିବା ସହ ନିଜ ଅକ୍ଷ ଚାରିପଟେ ଘୂରୁଛି । ସେଥି ପାଇଁ ସୂର୍ୟ୍ୟ ସବୁଦିନ ସମାନ ସ୍ଥାନରୁ ଉଦୟ ହୁଏ ନାହିଁ ବା ଏକା ଯାଗାରେ ଅସ୍ତ ଯାଏ ନାହିଁ ଓ ସୂର୍ୟ୍ୟର ଉତ୍ତରାୟଣ ଓ ଦକ୍ଷିଣାୟଣ ଗତି ମଧ୍ୟ ଦେଖାଯାଇଥାଏ ।ପ୍ରତ୍ୟେକବର୍ଷଜୁନମାସ୨୧ତାରିଖରେସୂର୍ୟ୍ୟ ଉତ୍ତର ଗୋଲାର୍ଦ୍ଧ ର ୨୩.୫ ଡିଗ୍ରୀ ରେ ଥିବା କର୍କଟ କ୍ରାନ୍ତି ଉପରେ ରହିଥାଏ ଓ ସେହିଠାରୁ ଧୀରେ ଧୀରେ ଦକ୍ଷିଣ ଦିଗକୁ ଗତି କରି ଥାଏ ଯାହାକୁ ଆମେ ସୂର୍ୟ୍ୟ ର ଦକ୍ଷିଣାୟଣ ଗତି କହିଥାଉ ।ଏହିପରି ଦକ୍ଷିଣ ଦିଗକୁ ଢଳି ଢଳି ୨୨ ଡିସେମ୍ବର ବେଳକୁ ସୂର୍ୟ୍ୟ ବିଷୁବ ରେଖା ଠାରୁ ୨୩.୫ ଡିଗ୍ରୀ ଦକ୍ଷିଣ ରେ ଥିବା ମକର କ୍ରାନ୍ତିରେ ପହଞ୍ଚିଥାଏ ଓ ସୂର୍ୟ୍ୟ ମକର କ୍ରାନ୍ତି ଉପରେ ଗତି କରି ଥାଏ ଫଳରେ ବର୍ଷର ବିଭିନ୍ନ ସମୟରେ ଦିନ ଓ ରାତିର ଅବଧିରେ ତାରତମ୍ୟ ହୋଇଥାଏ ।

- Advertisement -

ଭୁବନେଶ୍ୱର ପାଇଁ ୨୦୨୩ ମସିହାର ଡିସେମ୍ବର ୨୨ ତାରିଖରେ ସବୁଠାରୁ ଛୋଟ ଦିନ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ହେବଏବଂ ଦୀର୍ଘତମ ରାତି ପ୍ରାୟ ୧୩ ଘଣ୍ଟା, ୫ ମିନିଟ୍ ୩୬ ସେକେଣ୍ଡ ହେବ ଜ୍ଝ କିନ୍ତୁ ଭୁବନେଶ୍ୱରରେଡିସେମ୍ବର ୧୬ ରୁ ଡିସେମ୍ବର୨୮ପ୍ରାୟ ୧୨ ଦିନ ଧରି ଦିନ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ୧୩ ଘଣ୍ଟା୫ ମିନିଟ୍ ହୁଏ ।

ଡିସେମ୍ବର୨୨ ତାରିଖରେ ଓଡିଶା ର ସୁନ୍ଦରଗଡ ଓ ମାଲକାନଗିରି ଠାରେ ଦିନର ଲମ୍ବା ଯଥାକ୍ରମେ ମାତ୍ର ୧୦ ଘଣ୍ଟା ୪୭ ମିନିଟ୍ ଓ ୧୧ ଘଣ୍ଟା ୦୧ ମିନିଟ୍ ହେବ ଜ୍ଝଡିସେମ୍ବର ୨୨ ତାରିଖରେ ଦିଲ୍ଲୀ ଓ କନ୍ୟାକୁମାରୀ ଠାରେ ଦିନର ଲମ୍ବା ଯଥାକ୍ରମେ ମାତ୍ର ୧୦ ଘଣ୍ଟା ୧୯ ମିନିଟ୍ ଓ ୧୧ ଘଣ୍ଟା ୩୯ ମିନିଟ୍ ହେବ ବୋଲି ପଠାଣି ସାମନ୍ତ ପ୍ଲାନେଟାରିୟମ ପୂର୍ବତନ ଉପନିର୍ଦେଶକ ଡ.ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories