www.samajalive.in
Sunday, December 7, 2025
23.1 C
Bhubaneswar

୨୦ରେ କାଳୀପୂଜା ଓ ୨୪ରେ ଭସାଣୀ-ମହାନଗର ଶାନ୍ତି କମିଟି ବୈଠକରେ ନିଷ୍ପତ୍ତି

କଟକ-ଚଳିତ ମାସ ୨୦-ମହାକାଳୀଙ୍କ ପୂଜା, ୨୧-ଦୀପାବଳୀ, ୨୨ ଓ ୨୩ ଦୁଇ ଦିନ ଧରି ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ୨୪ ଶୁକ୍ରବାର ଭସାଣୀ ଉତ୍ସବ ଅନୁଷ୍ଠିତ ହେବ ବୋଲି କଟକ ମହାନଗର ଶାନ୍ତି କମିଟି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି | ଆଜି ମଙ୍ଗଳାବାଗସ୍ଥିତି ମୋହନ ମଣ୍ଡପଠାରେ ଶାନ୍ତି କମିଟିର ପୂର୍ଣ୍ଣାଙ୍ଗ କାର୍ଯ୍ୟକାରିଣୀ ବୈଠକ କମିଟିର ସଭାପତି ଦେବେନ୍ଦ୍ରନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା |

ସାଧାରଣ ସମ୍ପାଦକ ଭିକାରୀ ଦାସ କାଳୀପୂଜା ଓ ଭସାଣୀ ଉତ୍ସବ ସଂକ୍ରାନ୍ତୀୟ ଏକ ପ୍ରସ୍ତାବ ଆଗତ କରିଥିଲେ-ଏହା ସର୍ବସମ୍ମତକ୍ରମେ ଗୃହୀତ ହୋଇଥିଲା | ଚଳିତ ଦୁର୍ଗାପୂଜା ଭସାଣୀ ଶୋଭାଯାତ୍ରାରେ ଉପୁଜିଥିବା ଗୋଷ୍ଠୀ ସଂଘର୍ଷ ଏବଂ ଏହାକୁ କେନ୍ଦ୍ର କରି କଟକ ସହରରେ ଯେଉଁ ଅଭାବନୀୟ ଘଟଣା ଘଟିଲା, ସେଥିରେ କମିଟି ଗଭୀରଭାବେ ମର୍ମାହତ ହେବା ସହ ଦୁଃଖ ପ୍ରକାଶ କରିଛି | ଭବିଷ୍ୟତରେ ଯେପରି ଏଭଳି ଘଟଣା ନ ଉପୁଜେ, ସେଥିପାଇଁ ସମସ୍ତ ସମ୍ପ୍ରଦାୟକୁ କମିଟି ପକ୍ଷରୁ ନିବେଦନ କରାଯାଇଛି |

- Advertisement -

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories