www.samajalive.in
Sunday, December 14, 2025
19.1 C
Bhubaneswar

ବାଂଲାଦେଶ ମୁହାଁ ବାତ୍ୟା ‘ମିଧିଲି’

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ବାଂଲାଦେଶ ଉପକୂଳ ଅତିକ୍ରମ କରିବ। ଏହି ସମ୍ଭାବ୍ୟ ବାତ୍ୟା ବଡ଼ଧରଣ ନୁହେଁ କି ଓଡ଼ିଶା ଉପରେ ବିଶେଷ ପ୍ରଭାବ ପକାଇବା ସମ୍ଭାବନା ନାହିଁ। ଓଡ଼ିଶା ଉପକୂଳରୁ ସମୁଦ୍ର ଭିତରେ ଏହି ବାତ୍ୟା ବାଂଲାଦେଶ ଆଡକୁ ମୁହାଁଇବ। ତଥାପି ଗଭୀର ଅବପାତ ପ୍ରଭାବରେ ଗୁରୁବାର ସକାଳୁ ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପାଗ ମେଘୁଆ ରହିଥିବା ବେଳେ ଘଣ୍ଟା ପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିଛି । ପାରାଦ୍ବୀପ, ଚାନ୍ଦବାଲି ଏବଂ ପୁରୀରେ ଝିପିଝିପି ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ବାତ୍ୟାର ନାମ ‘ମିଧିଲି’ ରହିଛି। ଏହାର ନାମକରଣ ମାଳଦ୍ବୀପ କରିଛି।
ବୁଧବାର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଅବପାତ ଗୁରୁବାର ସକାଳ ସାଢେ ୫ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତରେ ପରିଣତ ହୋଇଛି। ଏହା ନିଜର ଗତି ଦିଗ ବଜାୟ ରଖିବା ସହ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ୧୮ତାରିଖ ସକାଳ ବେଳକୁ ବାଂଲାଦେଶ ଉପକୂଳ ମଙ୍ଗଳା ଏବଂ ଖେପୁପୁରା ମଧ୍ୟଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟା ପ୍ରତି ପବନର ବେଗ ୬୦କି.ମିରୁ ୭୦କି.ମି ଏବଂ ସ୍ଥଳବିଶେଷରେ ପବନ ୮୦କି.ମି ବେଗରେ
ବହିବାର ସମ୍ଭାବନା ରହିଛି।
ବାତ୍ୟା ସୃଷ୍ଟି ହେବା ପରେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ। ଏହା ଦିଗ ପରିବର୍ତ୍ତନ କରିଥିବାରୁ ବାତ୍ୟାର ପ୍ରଭାବ ଉପକୂଳରେ ପଡିବ ନାହିଁ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ଅନ୍ୟାନ୍ୟ ଜିଲାଗୁଡିକରେ ପାଗ ଶୁଖିଲା ରହିବ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳ ତଥା ଓଡିଶା ଉପକୂଳ ଏବଂ ତା’ର ଆଖପାଖ ଅଞ୍ଚଳରେ ୧୬ ରୁ ୧୭ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଥିବା ବେଳେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ୧୬ ତାରିଖ ମଧ୍ୟରାତି ପର୍ଯ୍ୟନ୍ତ ଅଶାନ୍ତ ରହିବାର ସମ୍ଭାବନା ରହିଛି। ଏଥିପାଇଁ ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ପ୍ରବେଶ ମନା କରାଯାଇଛି। ରାଜ୍ୟର ସମସ୍ତ ବନ୍ଦର ଗୁଡିକ ପାଇଁ ୧ନମ୍ବର ବିପଦ ସଙ୍କେତ ଜାରି ହୋଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories