www.samajalive.in
Monday, December 15, 2025
14.1 C
Bhubaneswar

୨୮ରେ ଲଘୁଚାପ; ୪ଦିନ ବର୍ଷା

ଭୁବନେଶ୍ୱର : ଉତ୍ତର ଓଡ଼ିଶାରେ ମୌସୁମି ଟ୍ରଫଲାଇନ ସକ୍ରିୟ ରହିଛି। ଏବେ ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଅାସନ୍ତା ଚାରିଦିନ ଧରି ବର୍ଷା ଲାଗିରହିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିିବାବେଳେ ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କଟକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ବୌଦ୍ଧ, ସୋନପୁର ଓ କଳାହାଣ୍ଡି ଆଦି ପ୍ରାୟ ୧୩ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଆସନ୍ତା ୨୮ ଓ ୨୯ ତାରିଖରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୩୦ରେ ରାଜ୍ୟର ପ୍ରାୟ ଅର୍ଦ୍ଧାଧିକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ସତର୍କ ସୂଚନା ଦିଆଯାଇଛି। ବିଶେଷ କରି ୨୮ରେ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ୨୯ରେ ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ନବରଙ୍ଗପୁର ଓ କଳାହାଣ୍ଡିରେ ଅଧିକ ବର୍ଷାର ସମ୍ଭାବନା ରହିଛି। ତେବେ ୩୦ରେ ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ମାଲକାନଗିରି, ରାୟଗଡ଼ା, ଗଜପତି, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲାରେ ପ୍ରବଳ ବର୍ଷିବ ବୋଲି ଭୁବନେଶ୍ବର
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିପାଇଁ ଉପରୋକ୍ତ ଜିଲାଗୁଡ଼ିକରେ ୟୋଲୋ ୱାର୍ନିଂ ଜାରି କରାଯାଇଛି।
ମୌସୁମି ସକ୍ରିୟ ରହିବା ସହିତ ଲଘୁଚାପ ସୃଷ୍ଟିର ସମ୍ଭାବନା ଥିବାରୁ ସମୁଦ୍ର ଉପକୂଳରେ ଘଣ୍ଟାକୁ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାଦ୍ବାରା ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।
ଗତ ୨୪ଘଣ୍ଟା ମଧ୍ୟରେ ପାରାଦ୍ବୀପରେ ସବାଧିକ ୧୦୦ମିମି ବର୍ଷା ରେକର୍ଡ଼ କରାଯାଇଥିବାବେଳେ ହୀରାକୁଦରେ ୫୬, କଟକରେ ୫୩, ଅନୁଗୋଳରେ ଓ ଭବାନିପାଟଣାରେ ୩୭, ଦାରିଙ୍ଗବାଡ଼ିରେ ୩୧, ବାଲେଶ୍ବରରେ ୩୦, ଚାନ୍ଦବାଲିରେ ୨୭ ମିମି ବର୍ଷା ହୋଇଛି। ରାଜ୍ୟର ଅଧିକାଂଶ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ପରବର୍ତ୍ତୀ ୨୪ଘଣ୍ଟାରେ ବର୍ଷା ପ୍ରଭାବ ବଢ଼ିବ ବୋଲି ଆକଳନ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories