www.samajalive.in
Sunday, December 14, 2025
26.1 C
Bhubaneswar

ହରିଣ ଶିକାର ଅଭିଯୋଗରେ ଯୁବକ ଗିରଫ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବନାଞ୍ଚଳ ଅନ୍ତର୍ଗତ କୁମୁଳାବାହାଳି ଗାଁ ଭିତରକୁ ପଶି ଆସିଥିବା ଏକ ହରିଣକୁ ଶିକାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି ବନ ବିଭାଗ । ଗିରଫ ଯୁବକ କୁମୁଳାବାହାଳି ଗ୍ରାମର ଚିତ୍ତରଞ୍ଜନ ମହାନ୍ତ।

ସୂଚନା ଅନୁଯାୟୀ, ଆଜି ପୂର୍ବାହ୍ନରେ ପାଣି ଅନ୍ବେଷଣରେ ଏକ ହରିଣ ଗାଁ ଭିତରକୁ ପଶି ଆସିଥିଲା। ହରିଣ ମାରି ମାଂସ ଖାଇବା ଉଦ୍ଦେଶ୍ୟରେ ଗ୍ରାମର କିଛି ଲୋକ ସଂଘବଦ୍ଧ ଭାବେ ହରିଣଟିକୁ ଗୋଡ଼ାଇ ଗୋଡ଼ାଇ ଠେଙ୍ଗାରେ ପିଟି ମାରି ଦେଇଥିଲେ। ଖବର ପାଇ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ମୃତ ହରିଣଟିକୁ ଜବତ କରିଛି । ତେବେ ବନ ବିଭାଗକୁ ଦେଖି ଶିକାରୀମାନେ ମୃତ ହରିଣକୁ ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ବେଳେ ଜଣେ ଯୁବକକୁ ବନ ବିଭାଗ କାବୁ କରିବାରେ ସକ୍ଷମ ହୋଇଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories