www.samajalive.in
Saturday, December 6, 2025
16.1 C
Bhubaneswar

ଓଡିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଭୁବନେଶ୍ବର: ଆଜି(ଗୁରୁବାର) ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ନବରଙ୍ଗପୁର , ବ୍ରହ୍ମପୁର ଓ ବାରିପଦାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ୬ ଘଣ୍ଟାରେ ତିିନି ଜିଲ୍ଲା ଗସ୍ତ କରି ଦଳୀୟ କର୍ମୀ ଓ ନେତାଙ୍କୁ ଉଦବୋଧନ ଦେବେ । ନବରଙ୍ଗପୁର ରେ ପହଞ୍ଚିବା ପରେ ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଦଳର କୋର କମିଟି ବୈଠକରେ ଯୋଗଦେବେ । ଏହାପରେ ସେ ଜଗଦଲପୁର ବିମାନବନ୍ଦରକୁ ଯାଇ ଅନ୍ୟ ଏକ ହେଲିକପ୍ଟର ଯୋଗେ ବ୍ରହ୍ମପୁର ଅଭିମୁଖେ ଯାତ୍ରା କରିବେ । ବ୍ରହ୍ମପୁର ଆମ୍ବପୁଆରେ ବିଜୟ ସଂକଳ୍ପ ସମାବେଶରେ ସାମିଳ ହେବେ।  ଏହାପରେ ଅପରାହ୍ନ ୩ଟାରେ ହେଲିକପ୍ଟର ଯୋଗେ ମୟୂରଭଞ୍ଜ ଅଭିମୁଖେ ବାହାରି ଅମର୍ଦ୍ଦା ଏୟାର ଷ୍ଟ୍ରିପରେ ଅବତରଣ କରିବେ । ଅପରାହ୍ନ ୪ଟାରୁ ୫ଟା ପର୍ଯ୍ୟନ୍ତ ସେ କାର୍ଯ୍ୟକାରିଣୀ ସଦସ୍ୟ ବୈଠକରେ ଯୋଗଦେବେ । ଏହାପରେ ସେ ସନ୍ଧ୍ୟା ସାଢ଼େ ୫ଟାରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories