www.samajalive.in
Friday, December 5, 2025
17.1 C
Bhubaneswar

ବନ୍ଧା ହେଲେ ବାବା ଚୈତନ୍ୟାନନ୍ଦ

ନୂଆଦିଲ୍ଲୀ: ସରିଲା ୭ ଦିନର ଲୁଚକାଳି ଖେଳ। ଉତ୍ତର ପ୍ରଦେଶ ଆଗ୍ରାରୁ ଦିଲ୍ଲୀର ବାବା ଚୈତନ୍ୟାନନ୍ଦ ସରସ୍ଵତୀଙ୍କୁ ଗିରଫ କରାଯାଇଛି। ଦକ୍ଷିଣ-ପଶ୍ଚିମ ଦିଲ୍ଲୀର ବସନ୍ତ କୁଞ୍ଜ ଅଞ୍ଚଳର ଏକ ଆଶ୍ରମର ନିର୍ଦ୍ଦେଶକଙ୍କ ଉପରେ ୧୭ଜଣ ଛାତ୍ରୀଙ୍କୁ ଯୌନ ନିର୍ଯାତନା ନେଇ ଅଭିଯୋଗ ଥିଲା । ପୁଲିସ ସୂଚନା ଅନୁଯାୟୀ ଆଶ୍ରମର ନିର୍ଦ୍ଦେଶକ ଚିନୟାମା ନନ୍ଦଙ୍କ ବିରୋଧରେ ୧୫ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ । ଅଭିଯୋଗ ଅନୁସାରେ ୱାର୍ଡେନ ଛାତ୍ରୀମାନଙ୍କୁ ଅଭିଯୁକ୍ତଙ୍କ ସହ ପରିଚୟ କରାଇଥିଲେ । ଅଭିଯୋଗ ହେବା ପରେ ପୁଲିସ ବସନ୍ତ କୁଞ୍ଜ ଉତ୍ତର ପୁଲିସ ଷ୍ଟେସନରେ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରି ବାବାଙ୍କୁ ଧରିବାକୁ ଛାନଭିନ ଆରମ୍ଭ କରିଥିଲା।
ସୂଚନା ଅନୁସାରେ ଅଭିଯୁକ୍ତ ବାବାଙ୍କୁ ଧରିବାକୁ ଶେଷ ସ୍ଥାନ ଆଗ୍ରାର ଆଖାପାଖରେ ଚିହ୍ନଟ କରାଯାଇଥିଲା। ୩୨ଜଣ ଛାତ୍ରୀଙ୍କ ମଧ୍ୟରୁ ୧୭ଜଣ ଛାତ୍ରୀ ଯୌନ ନିର୍ଯାତନା ନେଇ ଅଭିଯୋଗ କରିଥିଲେ । ଛାତ୍ରୀ ମାନଙ୍କ କହିବାନୁଯାୟୀ ସେମାନଙ୍କୁ ଅପମାନଜନକ ଭାଷା, ଅଶ୍ଳୀଳ ହ୍ୱାଟସଆପ୍‍ ମେସେଜ୍‍ ଏବଂ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରାଯାଉଥିଲା ।  ପୁଲିସ ଏହି ଘଟଣାରେ ସଂପୃକ୍ତଙ୍କ ବାବାଙ୍କ ବିଳାସପୂର୍ଣ୍ଣ କାର ଜବତ କରିଥିଲା। ଯେଉଁଥିରେ ଅଭିଯୁକ୍ତ ଅପରେଟର ଏକ ନକଲି ଜାତିସଂଘ ଦୂତାବାସ ନମ୍ବର ପ୍ଲେଟ୍‍ ଲଗାଇଥିଲେ । ୭ ଦିନ ଲୁଚକାଳି ଖେଳ ପରେ ଉତ୍ତର ପ୍ରଦେଶ ଆଗ୍ରାରୁ ବାବା ଚୈତନ୍ୟାନନ୍ଦ ସରସ୍ଵତୀଙ୍କୁ ଗିରଫ କରାଯାଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

Related Articles

Popular Categories