ନୂଆଦିଲ୍ଲୀ : ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାପରେ ଶୁକ୍ରବାର ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦିଲ୍ଲୀ ଯାଇ ସାକ୍ଷାତ କରିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକରେ। ଉଦ୍ଧବଙ୍କ ସହ ତାଙ୍କ ପୁଅ ଆଦିତ୍ୟ ଠାକରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି। ଏହାପରେ ସେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟି(ବିଜେପି)ର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।
Delhi: Chief Minister of Maharashtra, Uddhav Thackeray as well as Minister in Maharashtra Government, Aaditya Thackeray called on PM Narendra Modi, today. pic.twitter.com/tkbBewcEpO
— ANI (@ANI) February 21, 2020



