www.samajalive.in
Monday, December 8, 2025
20.1 C
Bhubaneswar

ମୋଦୀ ଆମେରିକାରୁ ଫେରିବା ପରେ ହେବ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବ

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକା ଗସ୍ତରୁ ଫେରିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ୧୩ ତାରିଖରେ ଆମେରିକା ଗସ୍ତରୁ ଫେରିବେ। ଏହା ପରେ ଅର୍ଥାତ ୧୫ କିମ୍ବା ୧୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ୨୭ ବର୍ଷ ପରେ ବିଜେପି ଦିଲ୍ଲୀରେ କ୍ଷମତାକୁ ଫେରିଥିବାରୁ ଶପଥଗ୍ରହଣ ଉତ୍ସବକୁ ମହାଆଡମ୍ବରରେ ପାଳନ କରାଯିବ ବୋଲି ସୂଚନା ମିଳିଛି। ତେବେ କିଏ ଏଥର ଦିଲ୍ଲୀ ମୁକୁଟ ପିନ୍ଧିବେ ତାହା ସ୍ପଷ୍ଟ ହୋଇନାହିଁ।

ଆସନ୍ତାକାଲି ଅର୍ଥାତ ୧୦ ତାରିଖରେ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ସୂଚନାଯୋଗ୍ୟ, ଆସନ୍ତା ୧୨ ତାରିଖରେ ମୋଦୀ ଆମେରିକା ଗସ୍ତରେ ଯିବେ। ୧୩ ତାରିଖରେ ଫେରିବେ। ଏହି ଅବସରରେ ସେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହିତ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଟ୍ରମ୍ପ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ମୋଦୀଙ୍କ ସହିତ ଏହା ପ୍ରଥମ ସାକ୍ଷାତ ହେବ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories