www.samajalive.in
Friday, December 5, 2025
26.1 C
Bhubaneswar

ଦିଲ୍ଲୀ ଦଙ୍ଗା: ମୃତ୍ୟୁ ସଂଖ୍ୟା ୪୨କୁ ବୃଦ୍ଧି, ହିଂସା ପ୍ରଭାବିତ ଅଞ୍ଚଳ ଗସ୍ତ କରିବେ ଉପରାଜ୍ୟପାଳ

ନୂଆଦିଲ୍ଲୀ: ଦିଲ୍ଲୀ ଦଙ୍ଗାରେ ମୃତ୍ୟୁ ସଂଖ୍ୟା ୪୨କୁ ବୃଦ୍ଧି ପାଇଛି। ଗୁରୁବାର ସୁଦ୍ଧା ୩୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶୁକ୍ରବାର ଆଉ ୪ ଆହତ ଆଖିବୁଜିଛନ୍ତି। ଏବେ ବି ୧୫୦ରୁ ଅଧିକ ଆହତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ୨୦ରୁ ଅଧିକଙ୍କ ଅବସ୍ଥା ଗମ୍ଭୀର ରହିଛି।

ଅନ୍ୟପଟେ ଦିଲ୍ଲୀର ଦଙ୍ଗା ପ୍ରଭାବିତ ଅଞ୍ଚଳରେ ଏବେ କିଛିଟା ଶାନ୍ତିର ବାତାବରଣ ରହିଛି। ପରିସ୍ଥିତି ଧୀରେ ଧୀରେ ସୁଧୁରିବାରେ ଲାଗିଛି। ମୌଜପୁର, ଜାଫରାବାଦ ସମେତ ଅନ୍ୟାନ୍ୟ ଅଞ୍ଚଳରେ ବହୁ ସଂଖ୍ୟାରେ ସୁରକ୍ଷା କର୍ମୀ ମୁତୟନ ହୋଇଛନ୍ତି। ଦିଲ୍ଲୀ ଉପରାଜ୍ୟପାଳ ଅନିଲ ବୈଜଲ ଶୁକ୍ରବାର ଦଙ୍ଗା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ସ୍ଥାନୀୟ ଲୋକଙ୍କ ସହିତ ଆଲୋଚନା କରି ସୁବିଧା ଅସୁବିଧା ବିଷୟରେ ଅବଗତ ହେବେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories