www.samajalive.in
Monday, December 15, 2025
26.1 C
Bhubaneswar

ଦିଲ୍ଲୀ ନିର୍ବାଚନ: ଭୋଟ୍ ଦେଲେ ରାଷ୍ଟ୍ରପତି, ସକାଳ ୯ଟା ସୁଦ୍ଧା ୮.୧୦ ପ୍ରତିଶତ ମତଦାନ

ନୂଆଦିଲ୍ଲୀ : ଭୋଟ୍ ଦେଉଛି ଦିଲ୍ଲୀ। ସକାଳ ୭ଟାରୁ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସମସ୍ତ ୭୦ ଆସନରେ ଭୋଟିଂ ଜାରି ରହିଛି। ତେବେ ଦିଲ୍ଲୀ ନିର୍ବାଚନ ପର୍ବରେ ସାମିଲ ହୋଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସକାଳ ପାଖାପାଖି ୮ଟା ୩୦ ମିନିଟରେ ରାଷ୍ଟ୍ରପତି ଭବନରୁ ବାହାରି ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟ ଭୋଟିଂ କେନ୍ଦ୍ରରେ ପହଞ୍ଚି ସେ ତାଙ୍କର ବହୁ ମୂଲ୍ୟ ମତଦାନ ସାବ୍ୟସ୍ତ କରିଥିଲେ। ପ୍ରାୟ ୧ କୋଟି ୫୬ ଲକ୍ଷ ଭୋଟର ୬୯୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି। ସକାଳ ୯ଟା ସୁଦ୍ଧା ୮.୧୦ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସେପଟେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୩୦,୦୦୦ ପୁଲିସ ଓ ୨୨୦ କମ୍ପାନୀ ଅର୍ଦ୍ଧସାମରିକ ବାହିନୀ ମୁତୟନ ହୋଇଛନ୍ତି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories