www.samajalive.in
Wednesday, December 10, 2025
16.1 C
Bhubaneswar

କାରଖାନାରେ ଭୀଷଣ ଅଗ୍ନିକାଣ୍ଡ; ନିଆଁଲିଭା କାର୍ଯ୍ୟରେ ନିୟୋଜିତ ୧୦୦ରୁ ଊର୍ଦ୍ଧ୍ବ ଅଗ୍ନିଶମ କର୍ମଚାରୀ

ନୂଆଦିଲ୍ଲୀ: ଦିଲ୍ଲୀର ନରେଲା ଅଞ୍ଚଳର ଡିଏସଆଇଡିସି ଶିଳ୍ପାଞ୍ଚଳସ୍ଥିତ ଏକ କାରଖାନାରେ ରବିବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। କିଛି ସମୟ ପୂର୍ବରୁ ଏହି ଅଗ୍ନିକାଣ୍ଡ ଘଟିଥିବାବେଳେ ଘଟଣାସ୍ଥଳରେ ଏକାଧିକ ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ନିଆଁ ଆୟତ୍ତ ହେବାକୁ ଅଧିକ ସମୟ ଲାଗିପାରେ ବୋଲି କୁହାଯାଉଛି। ଅଗ୍ନିଶମ ଅଧିକାରୀ ଏସ.କେ. ଦୁଆଙ୍କ ସହ ୧୦୦ରୁ ଊର୍ଦ୍ଧ୍ବ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ​‌ତେବେ ମୃତାହତ ନେଇ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ।​‌ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

 

Hot this week

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

Related Articles

Popular Categories