www.samajalive.in
Sunday, December 7, 2025
16.1 C
Bhubaneswar

ରାଜଧାନୀରେ ଅଘଟଣ; ଘରେ ନିଆଁ ଲାଗି ଗୋଟିଏ ପରିବାରର ୪ ସଦସ୍ୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ଏକ ବଡ଼ ଅଘଟଣ ଘଟିଛି। ପ୍ରେମ ନଗର ଅଞ୍ଚଳରେ ଏକ ଘରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଭୋର୍‌ ପ୍ରାୟ ୩ଟା ୩୦ ସମୟରେ ନିଆଁ ଲାଗିଥିଲା। ଦୁଇଟି ଦମକଳ ଗାଡ଼ି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ସୂଚନା ଅନୁସାରେ, ନଜଫଗଡ଼ର ପ୍ରେମ ନଗର ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଏକ ଘରେ ଅଗ୍ନିକାଣ୍ଡ ଘଟି ଦମ୍ପତିଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଇନ୍‌ଭର୍ଟରରେ ସର୍ଟ ସର୍କିଟ୍‌ କାରଣରୁ ନିଆଁ ଲାଗିଥିଲା। ଘଟଣା ସମୟରେ ପରିବାର ସଦସ୍ୟ ପ୍ରଥମ ମହଲାରେ ଶୋଇଥିଲେ।

- Advertisement -

ସୂଚନା ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ପରିବାର ସଦସ୍ୟଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସମସ୍ତ ୪ ଜଣଙ୍କୁ ମୃତ ଘୋଷଣା କରିଥିଲେ। ମୃତକମାନେ ହେଉଛନ୍ତି, ହୀରା ସିଂହ, ତାଙ୍କ ପତ୍ନୀ ନୀତୁ ସିଂହ, ପୁଅ ରବିନ୍‌ ଓ ଲକ୍ଷ୍ୟ।

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories