www.samajalive.in
Sunday, December 7, 2025
14.1 C
Bhubaneswar

ଦିଲ୍ଲୀରେ ବାର୍ଦ୍ଧକ୍ୟ ଭତ୍ତା ୨୫୦୦ ଟଙ୍କାକୁ ବଢ଼ିଲା

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ନୂଆ ଦିଲ୍ଲୀର ବୃଦ୍ଧାବୃଦ୍ଧମାନଙ୍କ ପାଇଁ ୨୫୦୦ ଟଙ୍କାର ଭତ୍ତା ଘୋଷଣା କରିଛନ୍ତି ସରକାର। ଦିଲ୍ଲୀ ସରକାର ୮୦ ହଜାର ବୃଦ୍ଧାବୃଦ୍ଧଙ୍କ ପାଇଁ ଏହି ନୂଆ ବାର୍ଦ୍ଧକ୍ୟ ଭତ୍ତା ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଘୋଷଣା ପରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ କହିଛନ୍ତି ଯେ, ବର୍ତ୍ତମାନ ୫ ଲକ୍ଷ ୩୦ ହଜାର ବୟସ୍କଙ୍କୁ ପେନସନ ମିଳିବ। ସେ ଯେଉଁଆଡେ ଯାଉଥିଲେ, ବୃଦ୍ଧାବୃଦ୍ଧମାନେ ଭତ୍ତା ପାଇଁ ଦାବି କରୁଥିଲେ। ଏହାକୁ ଦିଲ୍ଲୀ ସରକାର ଲାଗୁ କରିଦେଇଛନ୍ତି। ଏହା ଲାଗୁ ହେବା ପରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ହଜାର ଆବେଦନ ଆସିଛି।
ସରକାରଙ୍କ ଘୋଷଣା ଅନୁସାରେ, ୬୦ରୁ ୬୯ ବର୍ଷ ବୟସର ବୃଦ୍ଧାବୃଦ୍ଧଙ୍କୁ ପ୍ରତିମାସରେ ୨ ହଜାର ଟଙ୍କା ଭତ୍ତା ଦିଆଯିବ। ସେହିପରି ୭୦ ବର୍ଷରୁ ଅଧିକ ବୟସର ଲୋକଙ୍କୁ ମାସିକ ୨୫୦୦ ଟଙ୍କା ଭତ୍ତା ପ୍ରଦାନ କରାଯିବ।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories