www.samajalive.in
Saturday, December 6, 2025
16.1 C
Bhubaneswar

ଦିଲ୍ଲୀ ହିଂସା ପାଇଁ ପୁଲିସକୁ ଭର୍ତ୍ସନା କରିଥିବା ବିଚାରପତିଙ୍କୁ ବଦଳି

ନୂଆଦିଲ୍ଲୀ: ଦିଲ୍ଲୀ ହିଂସା ମାମଲାରେ ପୁଲିସକୁ ଭର୍ତ୍ସନା କରିଥିବା ଦିଲ୍ଲୀ ହାଇକୋର୍ଟ ବିଚାରପତି ଏସ. ମୁରଲୀଧରଙ୍କୁ ବଦଳି କରିଦିଆଯାଇଛି। ତାଙ୍କୁ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟଙ୍କୁ ବଦଳି କରାଯାଇଥିବା ନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ଜାରି ହୋଇଛି। ରାଜଧାନୀ ଦିଲ୍ଲୀରେ ହୋଇଥିବା ହିଂସାକୁ ନେଇ ଦିଲ୍ଲୀ ହାଇକୋର୍ଟରେ ଗତ ବୁଧବାର ଏକ ଗୁରୁତ୍ଵପୂର୍ଣ୍ଣ ଶୁଣାଣି ହୋଇଥିଲା। ଶୁଣାଣି ବେଳେ ବିଚାରପତି ଏସ. ମୁରଲୀଧର ଦିଲ୍ଲୀ ପୁଲିସକୁ କଡ଼ା ଶବ୍ଦରେ ଭର୍ତ୍ସନା କରିଥିଲେ। ଦିଲ୍ଲୀରେ ପୁଣି ଏକ ୧୯୮୪ର ପୁନରାବୃତ୍ତି ହେବାକୁ ଦିଆଯିବ ନାହିଁ ବୋଲି ସେ କହିଥିଲେ। ଏହା ସହ ଗୁରୁବାର ମାମଲାର ଶୁଣାଣି ପାଇଁ ସେ ଦିନ ଧାର୍ଯ୍ୟ କରିଥିଲେ। ପରେ ମାମଲାର ଶୁଣାଣି ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠକୁ ସ୍ଥାନାନ୍ତର କରାଯାଇଥିଲା।

ସୂଚନା ଅନୁସାରେ, ସୁପ୍ରିମକୋର୍ଟ କଲେଜିୟମ ଗତ ଫେବୃୟାରୀ ୧୨ରେ ଅନୁଷ୍ଠିତ ବୈଠକରେ ଜଷ୍ଟିସ ମୁରଲୀଧରଙ୍କୁ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟକୁ ସ୍ଥାନାନ୍ତର କରିବା ଲାଗି ସୁପାରିସ କରିଥିଲେ। ଏହା ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏସ.ଏ. ବୋବଡେଙ୍କ ସହିତ ବିଚାରବିମର୍ଶ କରିବା ପରେ ଜଷ୍ଟିସ ମୁରଲୀଧରଙ୍କୁ ବଦଳି କରାଯାଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories