www.samajalive.in
Sunday, December 7, 2025
18.1 C
Bhubaneswar

ମନୀଷ ସିସୋଦିଆଙ୍କୁ ବଡ଼ ଝଟ୍‌କା; ଜାମିନ ଆବେଦନ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ଦିଲ୍ଲୀ ଅବକାରୀ ନୀତି ସହ ଜଡ଼ିତ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହ ଅଦାଲତ ଏହି ମାମଲାରେ ଆମ୍‌ ଆଦ୍‌ମୀ ପାର୍ଟିର ପୂର୍ବତନ ଯୋଗାଯୋଗ ନିର୍ଦେଶକ ବିଜୟ ନାୟର, ହାଇଦରାବାଦର ବ୍ୟବସାୟୀ ଅଭିଷେକ ବୋଇନପଲ୍ଲୀ, ବିନୟ ବାବୁ(ମଦ କମ୍ପାନୀ ଏମ/ଏସ ପେରନୋଡ଼୍‌ ରିକାର୍ଡ଼ର ମ୍ୟାନେଜର)ଙ୍କ ଜାମିନ ଆବେଦନକୁ ମଧ୍ୟ ଖାରଜ କରି ଦେଇଛନ୍ତି। ଜାମିନ ନାମଞ୍ଜୁର ହେବାର ରାଉସ୍ ଆଭେନ୍ୟୁ କୋର୍ଟଙ୍କ ନିଷ୍ପତ୍ତିକୁ ମନୀଷଙ୍କ ସମେତ ସମସ୍ତ ଅଭିଯୁକ୍ତ ଚ୍ୟାଲେଞ୍ଜ କରିଥିଲେ।


ସୂଚନାଯୋଗ୍ୟ, ଦିଲ୍ଲୀ ଅବକାରୀ ନୀତି ମାମଲାରେ ସିବିଆଇ ମନୀଷ ସିସୋଦିଆଙ୍କୁ ଫେବୃୟାରୀ ୨୬ ତାରିଖରେ ଦୀର୍ଘ ସମୟ ପଚରାଉଚରା କରିବା ପରେ ଗିରଫ କରିଥିଲା। ମନୀଷ ଏବେ ତିହାର ଜେଲ୍‌ରେ ଅଛନ୍ତି। ଅପରପକ୍ଷେ, ଏହି ମାମଲାରେ ଇଡି ଅର୍ଥ ହେରଫେରର ଯାଞ୍ଚ କରୁଛି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories