www.samajalive.in
Wednesday, November 19, 2025
29.1 C
Bhubaneswar

ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ କରିବେ ଅମିତ ଶାହା: ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ: ଦିଲ୍ଲୀରେ ମାଓ ମୁକାବିଲା ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିପାଇଁ ସେ ଆଜିଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି (ସୋମବାର) କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ମାଓ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ରହିଛି। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଏହି ବୈଠକ ବସିବ। ଏଥିରେ ଓଡିଶା , ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ବିହାର , ଛତିଶଗଡ, ମହାରାଷ୍ଟ୍ର, ଝାଡଖଣ୍ଡ ଏବଂ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗଦେବେ। ମାଓ ପ୍ରଭାବିତ ରାଜ୍ୟ ଗୁଡିକୁ ବିକାଶମୂଳକ ସହଯୋଗ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୫ଜଣ କେନ୍ଦ୍ରମନ୍ତ୍ରୀ ମଧ୍ୟ ଏହି ବୈଠକରେ ସାମିଲ ରହିବେ। ସେହିଭଳି ଅତିରିକ୍ତ ଜାତୀୟ ସୁରକ୍ଷା ପରାମର୍ଶଦାତା ଙ୍କ ସମେତ କେନ୍ଦ୍ର ଓ ରାଜ୍ୟ ବହୁ ବରିଷ୍ଠ ଅଧିକାରୀ ଓ କେନ୍ଦ୍ରୀୟ ସଶସ୍ତ୍ରବଳର ଅଧିକାରୀମାନେ ମଧ୍ୟ ସାମିଲ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Hot this week

ରଣଜୀ ଟ୍ରଫି : ଓଡିଶାର ପ୍ରଥମ ବିଜୟ

ଭୁବନେଶ୍ୱର:ରଣଜୀ ଟ୍ରଫିରେ ଚଳିତ ସିଜନରେ ଓଡିଶାର ପ୍ରଥମ ବିଜୟ ହୋଇଛି। ନାଗାଲାଣ୍ଡକୁ...

ଶପଥ ନେବେ ନୀତିଶ : ବଦଳିଲା ସମୟ

ସମାଜ ଲାଇଭ ଡ଼େସ୍କ : ଆସନ୍ତାକାଲି ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ...

ସାପ କାମୁଡା ମୃତ୍ୟୁ ପାଇଁ ୧୦ ଲକ୍ଷ !

ଭୁବନେଶ୍ଵର: ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ...

ମାରି​ଦେଲା ଚିପ୍ସ ପ୍ୟାକେଟ୍ ଖେଳନା

ବାଲିଗୁଡ଼ା: ଏମିତି ବି ଆସେ ମୃତ୍ୟୁ। ବାଲିଗୁଡା ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ...

ଶୀତ ଦିନେ ଗୁଡ ଖାଇଲେ ମିଳିବ ଅନେକ ଫାଇଦା

ସମାଜ ଲାଇଭ ଡ଼େସ୍କ : ଶୀତଦିନ ଆସିବା ସହିତ ଗୁଡ଼ ବଜାରରେ...

Related Articles

Popular Categories