www.samajalive.in
Saturday, December 6, 2025
26.1 C
Bhubaneswar

ଦିଲ୍ଲୀ ଅଗ୍ନିକାଣ୍ଡ ; ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ; ପ୍ରଧାନମନ୍ତ୍ରୀଙ୍କ ଗଭୀର ଶୋକ

ନୂଆଦିଲ୍ଲୀ : ପଶ୍ଚିମ ଦିଲ୍ଲୀର ମୁଣ୍ଡକା ମେଟ୍ରୋ ରେଳ ଷ୍ଟେସନ ନିକଟ ତିନି ମହଲା ବିଶିଷ୍ଟ କୋଠାରେ ଶୁକ୍ରବାର ସନ୍ଧ୍ୟାରେ ହୋଇଥିବା ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିଜନଙ୍କୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଘଟଣାର ସଠିକ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣା ସ୍ଥଳରେ ଫରେନସିକ୍‍ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
ଏହାସହ ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଗୃହମନ୍ତ୍ରୀ ଅମିତ ଶାହା, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଅନ୍ୟ ବିଶିଷ୍ଟ ନେତା ଓ ବ୍ୟକ୍ତି ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମୃତକ ପରିଜନଙ୍କୁ ୨ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଓ ଆହତଙ୍କୁ ୫୦ ହଜାର ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ରାଶି ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories