www.samajalive.in
Saturday, December 6, 2025
26.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା ; ସ୍କୁଲ ବସ ଧକ୍କାରେ ୫ ମୃତ

ନୂଆଦିଲ୍ଲୀ : ପଲବଲରେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ସ୍କୁଲ ବସ୍‌‌ ଅଟୋକୁ ଧକ୍କା ଦେବା ଫଳରେ ଅଟୋରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୫ ଜଣଙ୍କ ଜୀବନ ଚାଲି ଯାଇଛି। ଏହାସହ ଅନ୍ୟମାନେ ମଧ୍ୟ ଆହତ ହୋଇଛନ୍ତି। ମୃତକ ଗୋଟିଏ ପରିବାର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏହି ଦୁର୍ଘଟଣା ରସୁଲପୁର ରୋଡ ସ୍ଥିତ ଗାଁ ହୋଶଙ୍ଗାବାଦ ନିକଟରେ ଘଟିଛି। ଅଟୋରେ ଥିବା ଯାତ୍ରୀ ଏକ ବିବାହ ସମାରୋହରେ ଯୋଗ ଦେଇ ଫେରୁଥିଲେ। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories