www.samajalive.in
Monday, December 8, 2025
13.1 C
Bhubaneswar

ରାଜଧାନୀରେ ଦମ୍ପତିଙ୍କ ସମେତ ତିନି ଜଣଙ୍କୁ ନିର୍ମମ ହତ୍ୟା ; ଜୀବିତ ଉଦ୍ଧାର ହେଲା ଶିଶୁ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଥିବା ନେଇ ଖବର ମିଳିଛି। କିଛି ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କ ଘରେ ପ୍ରବେଶ କରି ଦମ୍ପତିଙ୍କ ସମେତ ୩ ଜଣଙ୍କୁ ହତ୍ୟା କରିଛନ୍ତି। ସିସିଟିଭରେ ହତ୍ୟାର ଅଭିଯୁକ୍ତଙ୍କ ଫଟୋ କଏଦ ହୋଇ ରହିଛି। ଖବର ପାଇବା ମାତ୍ରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ମିଳିଥିବା ସୂଚନା ଅନୁଯାୟୀ, ଦିଲ୍ଲୀର ହରିନଗର ଥାନା ଅଞ୍ଚଳରୁ ଏହି ତ୍ରିପଲ ମର୍ଡର ଘଟଣା ସାମ୍ନାକୁ ଆସିଛି। ମୃତକଙ୍କ ମଧ୍ୟରେ ଦମ୍ପତି ଓ କାମ କରୁଥିବା ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସିସିଟିଭ ଫୁଟେଜ୍‌‌ ଆଧାରରେ ଯାଞ୍ଚ କରାଯାଉଛି। ସମସ୍ତ ଅଭିଯୁକ୍ତମାନେ ବାଇକ୍‌‌ରେ ଆସିଥିଲେ ବୋଲି ଜଣାପଡିଛି। ଘରେ କାମ କରୁଥିବା ମହିଳା ଜଣକ ଘର ଭିତରକୁ ଯିବା ପରେ ହିଁ ଏହି ଘଟଣା ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଘର ଭିତରେ ଥିବା ଉକ୍ତ ଦମ୍ପତିଙ୍କର ଶିଶୁ କନ୍ୟାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ତେବେ କେଉଁ କାରଣରୁ ଏଭଳି ହତ୍ୟାକାଣ୍ଡ ଘଟିଛି ସେନେଇ କୌଣସି ସ୍ପଷ୍ଟତା ମିଳିନାହିଁ।

 

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories