www.samajalive.in
Sunday, December 7, 2025
14.1 C
Bhubaneswar

ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ ; ୧୧ ଜଣ ଜୀଅନ୍ତା ଜଳିଗଲେ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ଅଲ୍ଲିପୁର ମାର୍କେଟରେ ଏକ କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଲ୍ଲିପୁର ଦୟାଲ ମାର୍କେଟରେ ସ୍ଥିତ ଏକ କାରଖାନାରେ ଗୁରୁବାର ସନ୍ଧ୍ୟାରେ ଏହି ଅଘଟଣ ଘଟି ୧୧ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଶ୍ରମିକ ମାନେ ସେଠାରେ କାମ କରୁଥିଲେ। ଅଗ୍ନିକାଣ୍ଡ କାରଣରୁ ବାହାରକୁ ବାହାରି ପାରିନଥିଲେ। ଫଳରେ ଏଯାଏଁ ଏଥିରେ ମୃତ୍ୟୁ ସଂଖ୍ୟା ୧୧ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ୧୦ ଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ନିଆଁ ଖୁବ ଜୋରରେ ଲାଗିଥିବାରୁ ଅନେକ ଦୂର ପର୍ଯ୍ୟନ୍ତ ଏହା ଦେଖାଯାଇଥିଲା। ନିଆଁ ଲାଗିବା ପରେ ଅଞ୍ଚଳରେ ହଇଚଇ ସୃଷ୍ଟି ହୋଇଥିଲା।
ନିକଟରେ ଥିବା ଦୋକାନ ଓ କିଛି ଘରକୁ ମଧ୍ୟ ନିଆଁ ବ୍ୟାପି ଯାଇଥିଲା। ଶ୍ରମିକଙ୍କ ବ୍ୟତୀତ ଅନ୍ୟ ଲୋକ ମଧ୍ୟ ମୃତକଙ୍କ ମଧ୍ୟରେ ରହିଛନ୍ତି ବୋଲି ଆଶଙ୍କା କରାଯାଉଛି। ଏଯାଏଁ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଖବର ପାଇବା ମାତ୍ରେ ପୁଲିସ ଓ ଦମକଳ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଆରମ୍ଭ କରିଥିବା ବେଳେ ସକାଳ ଯାଏଁ ନିଆଁ ଲିଭା କାର୍ଯ୍ୟ ଜାରି ରହିଥିଲା। ସକାଳେ ନିଆଁକୁ ଆୟତ୍ତ କରାଯାଇଥିଲା।
ଦମକଳ ବିଭାଗର ପ୍ରାୟ ୨୨ଟି ଗାଡି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଥିଲେ। ଏହି ଘଟଣାରେ ଗୁରୁତର ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିଆଁ ଲାଗିବା ପରେ ଅନେକ କିଲୋମିଟର ପର୍ଯ୍ୟନ୍ତ ରାସ୍ତା ଧୂଆଁମୟ ହୋଇରହିଥିଲା। ଉଦ୍ଧାର କାର୍ଯ୍ୟ ସମୟରେ ଜଣେ ପୁଲିସ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି। ଘଟଣାର ତଦନ୍ତ ଜାରି ରହିଛି।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories