www.samajalive.in
Saturday, December 6, 2025
26.1 C
Bhubaneswar

ପୁଣି ଦିଲ୍ଲୀର ୪ଟି ସ୍କୁଲକୁ ବୋମା ଧମକ: ସପ୍ତାହେ ମଧ୍ୟରେ ମିଳିଲା ଦ୍ଵିତୀୟ ଥର

ନୂଆଦିଲ୍ଲୀ : ଦିଲ୍ଲୀର ୪ଟି ସ୍କୁଲକୁ ବୋମା ଧମକ। ସପ୍ତାହେ ମଧ୍ୟରେ ଏହା ଦ୍ଵିତୀୟଥର। ଆଜି ଇମେଲ ଜରିଆରେ ବୋମା ଧମକ ମିଳିବା ପରେ ପୁଲିସ୍ ଛାନଭିନ୍ ଆରମ୍ଭ କରିଛି। କୈଳାସ ପୂର୍ବର ଦିଲ୍ଲୀ ପବ୍ଲିକ୍ ସ୍କୁଲ, ମୟୁର ବିହାରର ସାଲଓ୍ବାନ୍ ପବ୍ଲିକ୍ ସ୍କୁଲ ଏବଂ ଶ୍ରୀନିବାସ ପୁରୀର କେମ୍ବ୍ରିଜ୍ ସ୍କୁଲକୁ ବୋମା ଧମକ ମିଳିଛି। ବିଦ୍ୟାଳୟ କର୍ତ୍ତୃପକ୍ଷ ଅଭିଭାବକ ମାନଙ୍କୁ ସେମାନଙ୍କ ପିଲାଙ୍କୁ ସ୍କୁଲ ନ ପଠାଇବାକୁ ବାର୍ତ୍ତା ପଠାଇଛନ୍ତି । ସ୍କୁଲ ପରିସରରୁ ଏ ଯାଏଁ କୌଣସି ବିସ୍ଫୋରକ ମିଳିନାହିଁ।

ତେବେ ୯ ତାରିଖ ଦିନ ଗୋଟିଏ ଦିନରେ ଦିଲ୍ଲୀର ପ୍ରାୟ ୪୦ଟି ସ୍କୁଲକୁ ବୋମାରେ ଉଡାଇଦେବାକୁ ଧମକ ମିଳିଥିଲା।  ମେଲ ଯୋଗେ କେହି ସ୍କୁଲରେ ବିସ୍ଫୋରଣ କରିବା ନେଇ ଧମକ ଦେବା ପରେ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚିଛି। ଘଟଣା ପରେ ତୁରନ୍ତ ଛାତ୍ରଛାତ୍ରୀ ମାନଙ୍କୁ ସ୍କୁଲରୁ ଘରକୁ ଫେରାଇ ଦିଆଯାଇଛି। ଗତ ଅକ୍ଟୋବର ମାସରେ ରୋହିଣୀ ଅଞ୍ଚଳରେ ଏକ ସ୍କୁଲରେ ବିସ୍ଫୋରଣ ଘଟିଥିଲା। ଆଜି ପୁଣିଥରେ ସ୍କୁଲକୁ ବୋମା ଧମକ ଆସିବା ପରେ ଦିଲ୍ଲୀର ସମସ୍ତ ସ୍କୁଲରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories