www.samajalive.in
Tuesday, December 9, 2025
26.1 C
Bhubaneswar

କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ନିକଟରେ ଦାବି

ବାସୁଦେବପୁର: ଭଦ୍ରକ ଜିଲା ବାସୁଦେଦପୁର ଓ ତିହିଡି ବ୍ଲକରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ କରିବାକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିକଟରେ ଦାବି ହୋଇଛି। ବାସୁଦେବପୁରର ଯୁବନେତା ତଥା ଜିଲ୍ଲା ବିଜେପି ଉପସଭାପତି ରଦ୍ରନାରାୟଣ ମଲ୍ଲିକ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ସାକ୍ଷାତ କରି ଲିଖିତ ଭାବେ ଅବଗତ କରାଇଛନ୍ତି। ଏଥି ସହିତ ନୂତନ ଡାକଘର ପ୍ରତିଷ୍ଠା ଏବଂ ଭାରତୀୟ ଷ୍ଟେଟ ବ୍ୟାଙ୍କର ଅଧିକ ଗୋଟିଏ ଶାଖା ଖୋଲିବା ପାଇଁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି।

ବାସୁଦେବପୁର ସହରରେ ଗୋଟିଏ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ରହିଥିବା ବେଳେ ଗ୍ରାହକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗୋଟିଏ ଶାଖାରେ ପ୍ରବଳ ଭିଡ ରହୁଥବାକୁ ଆଉ ଏକ ଶାଖା ଖୋଲିବା ପାଇଁ ଦାବି କରାଯାଇଛି। ଆଗମୀ ଦିନରେ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ପ୍ରଧାନ ପ୍ରକାଶ କରିଥିବା ଜଣାଇଛନ୍ତି। ଦାବିପତ୍ର ପ୍ରଦାନ ସମୟରେ ବାସୁଦେବପୁର ପୌରପାଳିକାର କାଉନସିଲର ଜଗବନ୍ଧୁ ଦାସ ଉପସ୍ଥିତ ଥିଲେ।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories