www.samajalive.in
Friday, December 5, 2025
20.1 C
Bhubaneswar

ଖୋର୍ଦ୍ଧା ଓ ସୁନ୍ଦରଗଡରେ ୨୦୦ ମୁହାଁ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ୨୭ ଜିଲାରୁ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ଦିନକରେ ୪୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଗତକାଲି ପରୀକ୍ଷଣରୁ ସୁନ୍ଦରଗଡରୁ ସର୍ବାଧିକ ୧୬ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଗତବର୍ଷ ଅପେକ୍ଷା ଚଳିତ ବର୍ଷ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିଥିବାବେଳେ ଖୋର୍ଦ୍ଧା ସର୍ବାଗ୍ରେ ରହିଛି। ଏଠାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨ ଶହ ମୁହାଁ ଥିବାବେଳେ ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦। ତେବେ ସୁନ୍ଦରଗଡ଼ରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା କାହିଁକି ବଢ଼ୁଛି ଏହାକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଯାଞ୍ଚ କରାଯାଉଛି। ଏହାଛଡା ଡେଙ୍ଗୁ ମୁକାବିଲା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି। ଜନସାଧାରଣଙ୍କୁ ସଚେତନ ରହିବାକୁ ପରାମର୍ଶ ଦିଆଯାଇଛି। ଚଳିତବର୍ଷ ଜାନୁଆରୀ ପହିଲାରୁ ଗତକାଲି ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୪୧,୧୮୧ ନମୁନା ସଂଗ୍ରହ କରାଯାଇଥିଲା ଏବଂ ସେଥିମଧ୍ୟରୁ ୭୧୨ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଗତକାଲି ୯୦୬ ନମୁନା ପରୀକ୍ଷା କରାଯାଇଥିଲା ଓ ଏଥିରୁ ୪୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୧୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଗତବର୍ଷ ସମାନ ସମୟରେ ୧୬,୫୯୨ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିବାବେଳେ ସେଥିମଧ୍ୟରୁ ୪୨୬ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ। ଏହାଛଡା ଖୋର୍ଦ୍ଧାରୁ ସର୍ବାଧିକ ୨୪୭ ଜଣ ଚିହ୍ନଟ ହୋଇଥିଲେ ଏବଂ ୩୦ ଜିଲାରୁ ୯ ଜିଲାରେ କୌଣସି ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇନଥିଲେ। ହେଲେ ଚଳିତ ବର୍ଷ ସୁବର୍ଣ୍ଣପୁର, ଦେବଗଡ଼ ଏବଂ ନୂଆପଡାକୁ ବାଦ ଦେଲେ ସବୁ ଜିଲାରୁ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଗତବର୍ଷ ଏହି ସମୟରେ ସୁନ୍ଦରଗଡରେ ୩ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ଚଳିତ ବର୍ଷ ଏହି ସଂଖ୍ୟା ରହିଛି ୯୦। ଚଳିତ ଡେଙ୍ଗୁ ମୁକାବିଲା ନେଇ ଆଗୁଆ ପଦକ୍ଷେପ ଗ୍ରହଣ କରାଯିବା ସହିତ ବୈଠକ କରାଯାଇ ରଣନୀତି କରାଯାଇଥିଲା। ଏହାସତ୍ତ୍ବେ ବି ଆକ୍ରାନ୍ତଙ୍କ ସଂଖ୍ୟା ବଢିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories