www.samajalive.in
Sunday, December 14, 2025
26.1 C
Bhubaneswar

ଦିନକରେ ୪୨ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ: ୫୦ ହଜାର ଟପିଲା ପରୀକ୍ଷଣ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ ଗତବର୍ଷ ଅପେକ୍ଷା ଚଳିତ ବର୍ଷ ଡେଙ୍ଗୁ ପରୀକ୍ଷଣ ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ୧୧ ଜିଲାରୁ ୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଚିହ୍ନଟଙ୍କ ସଂଖ୍ୟା ୧୨୬୪ରେ ପହଞ୍ଚିଛି। ସେହିପରି ମୋଟ ପରୀକ୍ଷଣ ସଂଖ୍ୟା ୫୦ ହଜାର ଅତିକ୍ରମ କରିଛି। ରାଜ୍ୟରେ ଜାନୁଆରୀ ପହିଲାରୁ ଏପର୍ଯ୍ୟନ୍ତ ମୋଟ ୫୦,୫୯୪ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା। ଏଥିରୁ ମୋଟ ୧୨୬୪ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। କୌଣସି ଆକ୍ରାନ୍ତ ଗୁରୁତର ହୋଇନଥିବାବେଳେ ମୃତ୍ୟୁ ଅଭିଯୋଗ ମଧ୍ୟ ଶୂନ ରହିଛି ବୋଲି ଜଣାପଡ଼ିଛି। ସେହିପରି ଗତବର୍ଷ ଏହି ସମୟରେ ରାଜ୍ୟରେ ୨୨ ହଜାର ନମୁନା ପରୀକ୍ଷା କରାଯାଇଥିବାବେଳେ ସେଥିମଧ୍ୟରୁ ୧୦୮୦ ଡେଙ୍ଗୁ ଚିହ୍ନଟ ହୋଇଥିଲେ। କିଛି ଦିନ ହେବ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ଯୋଗୁଁ ସ୍ଥିତିରେ ସୁଧାର ଆସିଛି ଏବଂ ବର୍ଷା ପରେ ପୁଣି ଡେଙ୍ଗୁ ସଂଖ୍ୟା ବୃଦ୍ଧି ହୋଇପାରେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ରଖିଛନ୍ତି। ଅନ୍ୟପକ୍ଷରେ ଡେଙ୍ଗୁ ମୁକାବିଲା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଥିବା ବେଳେ ତୃଣମୂଳସ୍ତରରେ ସଚେତନତା ସୃଷ୍ଟି କରାଯାଉଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories