www.samajalive.in
Sunday, December 14, 2025
16.1 C
Bhubaneswar

ଚିନ୍ତା ବଢାଉଛି ଡେଙ୍ଗୁ: ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତ ହେଲେଣି ୫୯୦, ଖୋର୍ଦ୍ଧାରୁ ସର୍ବାଧିକ

ଭୁ‌ବନେଶ୍ବର : ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଚଳିତ ବର୍ଷ ଏପର୍ଯ୍ୟନ୍ତ ୫୯୦ ଜଣ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ନେଇ କୌଣସି ଅଭିଯୋଗ ଆସି ନଥିବା‌ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି। ଗତବର୍ଷ ଅପେକ୍ଷା ଚଳିତ ବର୍ଷ ଉଭୟ ପରୀକ୍ଷଣ ଏବଂ ଆକ୍ରାନ୍ତଙ୍କ ସଂଖ୍ୟା ବଢିଛି। ଆଗକୁ ବର୍ଷା ଥିବାରୁ ସଂଖ୍ୟା ବୃଦ୍ଧି ହେବାର ଆଶଙ୍କାକୁ ଏଡାଇ ଦିଆଯାଇନପାରେ। ଚଳିତ ବର୍ଷ ଜାନୁଆରୀରୁ ଗତକାଲି ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୩୭,୮୮୨ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା। ଏଥିରୁ ୫୯୦ ଡେଙ୍ଗୁରେ ଆକ୍ରାନ୍ତ ହୋଇଛନ୍ତି। କେହି ଗୁରୁତର ହୋଇନଥିବାବେଳେ ଡେଙ୍ଗୁ ଜନିତ ମୃତ୍ୟୁ ସଂଖ୍ୟା ଶୂନ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୬୪ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗିରରୁ ୭୪ ଏବଂ ସୁନ୍ଦରଗଡରୁ ୫୩ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଦେବଗଡ, ନୂଆପଡା ଓ ସୁବର୍ଣ୍ଣପୁର ଜିଲାରୁ କୌଣସି ଡେଙ୍ଗୁ ରୋଗୀ ଚିହ୍ନଟ ହୋଇନଥିବା ଜଣାପଡ଼ିଛି। ଗତବର୍ଷ ଏହି ସମୟରେ ମୋଟ ୧୪,୬୮୯ ନମୁନା ସଂଗ୍ରହ କରାଯାଇଥିବାବେଳେ ୩୨୮ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିଲେ। ତେବେ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଡେଙ୍ଗୁ ଜନିତ ସାମାନ୍ୟ ଲକ୍ଷଣ ଦେଖାଦେଲେ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ପରାମର୍ଶ ନେବାକୁ କୁହାଯାଇଛି। ସମସ୍ତ ଜିଲା ଓ ମହାନଗର ନିଗମକୁ ଏ ସମ୍ପର୍କରେ ନିର୍ଦେଶନାମା ଜାରି କରାଯାଇଛି। ଏହାସତ୍ତ୍ବେରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories