www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟରେ ୩ ଦିନ ପାଇଁ ଘନ କୁହୁଡି ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟ ପାଣିପାଗରେ ଅଚାନକ ପରିବର୍ତ୍ତନ ଦେଖାଦେଇଛି।  ସୁନ୍ଦରଗଡର ବଣାଇ ସମେତ ବିଭିନ୍ନ ଅଞ୍ଚଳରେ ରବିବାର ସକାଳୁ ଝିପଝିପ ବର୍ଷା ହେଉଥିବା ଦେଖିବାକୁ ମିଳିଛି। ଭୁବନେଶ୍ବର ଏବଂ ଆଖପାଖ ଅଞ୍ଚଳରେ କୋହଲା ପାଗ ଲାଗି ରହିଛି। ସେପଟେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ଉପକୂଳ ଓଡିଶାରେ ଘନ କୁହୁଡି ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି। ଆଭ୍ୟନ୍ତରୀଣ ଓଡିଶା ଓ ଏହାର ପାଶ୍ବବର୍ତ୍ତୀ ଅଞ୍ଚଳର କିଛି ସ୍ଥାନରେ ଘନ କୁହୁଡି ଦେଖାଦେବାର ସମ୍ଭାବନା ରହିଛି। ତେଣୁ ଯାନବାହନ ଚଳାଚଳରେ ସମସ୍ୟା ଉପୁଜିପାରେ। ଏ ନେଇ ସତର୍କତା ଜାରି କରାଯାଇଛି। ୨୧ ଏବଂ ୨୨ ତାରିଖରେ ପୁରୀ , ଖୋର୍ଦ୍ଧା , ନୟାଗଡ, ଗଞ୍ଜାମ , ଗଜପତି, ରାୟଗଡା , କନ୍ଧମାଳ , ବୌଦ୍ଧ , ସୋନପୁର , କଟକ, ଅନୁଗୁଳ ଓ  ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହୋଇପାରେ। ସେହିପରି ୨୩ ତାରିଖରେ ପୁରୀ , ଖୋର୍ଦ୍ଧା ନୟାଗଡ , କଟକ , ଜଗସିଂହପୁର , ଢେଙ୍କାନାଳ , ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ସକାଳୁ ଘନ କୁହୁଡି ଦୃଶ୍ୟମାନ ହେବ । ୨୫ ତାରି ଯାଏଁ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Hot this week

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

Related Articles

Popular Categories