ଘନ କୁହୁଡ଼ି: ୩ ଜିଲାକୁ ୱାର୍ଣ୍ଣିଂ, ଦୃଶ୍ୟମାନ କ୍ଷମତା ୨୦୦ ମିଟରରୁ କମ ରହିପାରେ
ଭୁବନେଶ୍ୱର: ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ଘନ କୁହୁଡ଼ି ନେଇ ୩ ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ଢ଼େଙ୍କାନାଳ ଓ କନ୍ଧମାଳ ଜିଲାରେ ଘନ କୁହୁଡି ଦୃଶ୍ୟମାନ କ୍ଷମତା ୨୦୦ ମିଟରରୁ କମ ରହିପାରେ। ତେଣୁ ଏସବୁ ଜିଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ପୂର୍ବାନୁମାନ ଅନୁସାରେ ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରେସ ସେଲସିୟସ୍ ଯାଏ ଖସିଛି। ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ ଓ ଶୀତ ଆହୁରି ବଢ଼ିବ। କିଛି ସ୍ଥାନରେ ପାରଦ ୧୦ ଡିଗ୍ରୀ କିମ୍ବା ତା’ଠୁ ଆହୁରି କମିପାରେ। ଶୁକ୍ରବାର ଓ ଶନିବାର ସକାଳେ ଖୋର୍ଦ୍ଧା, କେନ୍ଦୁଝର, ନୟାଗଡ଼,ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଯାଜପୁର ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣରେ କୁହୁଡି ହେବାର ସମ୍ଭାବନା ରହିଛି।
Comments are closed.