www.samajalive.in
Sunday, December 14, 2025
26.1 C
Bhubaneswar

କୋର୍ଟରେ ହାଜର ହେବା ପରେ ଜେଲ୍‌ ଗଲେ ଦେବଗଡ ବିଧାୟକ ସୁବାସ ପାଣିଗ୍ରାହୀ

ଭୁବନେଶ୍ୱର – ତିଲେଇବଣିର ବିଡିଓଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ଦେବଗଡର ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଜିଲ୍ଲା ଦୌରାଜଜ୍‌ଙ୍କ ଅଦାଲତରେ ହାଜର କରାଯିବା ପରେ ଜାମିନ୍‌ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଏହାସହ ଏହି ଆକ୍ରମଣ ଘଟଣାରେ ସମ୍ପୃକ୍ତ ଅନ୍ୟ ଦୁଇ ସହଯୋଗୀ ମଧ୍ୟ ଜେଲ୍‌ ଯାଇଛନ୍ତି ।

ବିଜେପି ଦଳର ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଏହି ଆକ୍ରମଣ ଅଭିଯୋଗ ଘଟଣାରେ ପୁଲିସ ଭୁବନେଶ୍ୱରରୁ ଗିରଫ କରିଥିଲା । ତିଲେଇବଣିର ବିଡିଓଙ୍କୁ ସେ ଆକ୍ରମଣ କରିଥିବା ଥାନାରେ ଅଭିଯୋଗ ପରେ ତାଙ୍କୁ ଗିରଫ କରାଯାଇଥିଲା । । ଦେବଗଡରେ ଅଦାଲତରେ ହାଜର କରିବା ପାଇଁ ପୁଲିସ ଆଣୁଥିବା ବେଳେ ବାଟରେ ସେ ଅସୁସ୍ଥ ହୋଇଥିଲେ । ପୁଲିସ ପକ୍ଷରୁ ତାଙ୍କୁ ଚିକିତ୍ସାପାଇଁ ରିଆମାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ସାଲାଇନ୍‌ ଦିଆୟିବା ପରେ ସ୍ୱାସ୍ଥ୍ୟପରୀକ୍ଷା କରାଯାଇଥିବା ସୂଚନା ମିଳିଛି ।

- Advertisement -

ସେ ସୁସ୍ଥ ହେବା ପରେ ତାଙ୍କୁ ଅଦାଲତରେ ହାଜର କରାଯାଇଥିଲା । ତାଙ୍କର ଜାମିନ୍‌ ନାମଞ୍ଜୁର ହେବାରୁ ଜେଲ୍‌କୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories