www.samajalive.in
Saturday, December 6, 2025
14.1 C
Bhubaneswar

ଦେବଗଡ଼ : ଝାଡେଶ୍ୱର ମନ୍ଦିରରେ ବୋଲବମ୍ କାଉଡିଆଙ୍କ ମୃତ୍ୟୁ

ଦେବଗଡ଼ : ଶ୍ରାବଣ ସୋମବାରରେ ଶିବ ମନ୍ଦିରରେ ଏକ ଅଭାବନୀୟ ଘଟଣା ଘଟିଛି। ଶିବ ମନ୍ଦିରରେ ଜଣେ ବୋଲବମ୍ କାଉଡିଆଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଘଟିଛି ଦେବଗଡ ସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀ ଝାଡେଶ୍ୱର ମନ୍ଦିରରେ। ମୃତକ ଜଣକ ହେଲେ ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଦେଓଝରଣ ଗ୍ରାମର ବିଭୁତି ବେହେରା (୪୨)। ସୂଚନା ଅନୁସାରେ ବିଭୁତି ଢେଙ୍କାନାଳ ଜିଲା ବାଲିମୀ ସ୍ଥିତ ପଠାଣୀ ସାମନ୍ତ ଡିପ୍ଲୋମା କଲେଜରେ ପିଅନ ଭାବେ କାର୍ଯ୍ୟ କରନ୍ତି। ରବିବାର ସେ ୨ଟି ଗାଡିରେ ବାଲିମୀ ଥାନା ନୂଆଗାଁ ଗ୍ରାମର ୫୦ ଜଣ ଯୁବକଙ୍କ ସହିତ ଜଳାଭିଷେକ ପାଇଁ ଦେବଗଡ ଝାଡେଶ୍ୱର ମନ୍ଦିରକୁ ଆସିଥିଲେ। ସଂଧ୍ୟାରେ ନିକଟସ୍ଥ ବାଳିଆପିଟା ନାଳରୁ ଜଳ ସଂଗ୍ରହ କରି ମନ୍ଦିର ପରିସରରେ ସାଇତି ରଖିଥିଲେ। ରାତ୍ରୀ ପ୍ରାୟ ୧୧ଟା ସମୟରେ ସେ ଖିଆପିଆ ସାରି ମନ୍ଦିର ମଣ୍ଡପରେ ଅନ୍ୟ ମାନଙ୍କ ସହ ଶୋଇଥିଲେ। ଆଜି ଭୋର ପ୍ରାୟ ୩ ଟା ସମୟରେ ସାଥୀ ମାନେ ତାଙ୍କୁ ଜଳାଭିଷେକ ପାଇଁ ଉଠାଇ ଥିଲେ ମଧ୍ୟ ସେ ଆଉ ଉଠି ନଥିଲେ। ଫଳରେ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଦେବଗଡ ଜିଲା ମୂଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ମାତ୍ର ଡାକ୍ତର ସେଠାରେତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories