www.samajalive.in
Monday, December 8, 2025
20.1 C
Bhubaneswar

ଆଇଟିଡିଏ ପକ୍ଷରୁ କରୋନା ସଚେତନତା ରଥ ଶୁଭାରମ୍ଭ

ଦେବଗଡ: ଆଦିବାସୀ ଅଧ୍ୟୁଷିତ ତିଲେଇବଣି ବ୍ଲକର ୨୦ଟି ଯାକ ଗ୍ରାମ ପଂଚାୟତ ବୁଲି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ନିମନ୍ତେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ପକ୍ଷରୁ ଆଜି ଏକ କରୋନା ସଚେତନତା ରଥ ଶୁଭାରମ୍ଭ ହୋଇଛି। ମଙ୍ଗଳବାର ପୂର୍ବାହ୍ନରେ ଦେବଗଡ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ଉଦଘାଟନୀ ଉତ୍ସବରେ ଆଇଟିଡିଏର ଭାରପ୍ରାପ୍ତ ପ୍ରକଳ୍ପ ପ୍ରଶାସକ ତଥା ଉପ ଜିଲାପାଳ ବ୍ରଜବନ୍ଧୁ ଭୋଇ ନଡିଆ ଭାଙ୍ଗି ଏବଂ ସବୁଜ ପତାକା ଦେଖାଇ ଏହି ସଚେତନତା ରଥର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଇ.ଟି.ଡି.ଏ.ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

ଏହି ରଥ ଏକ ସପ୍ତାହ ଧରି ତିଲେଇବଣି ବ୍ଲକର ସମସ୍ତ ଗ୍ରାମ ପଂଚାୟତ ପରିକ୍ରମା କରି ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସାମାଜିକ ଦୂରତ୍ୱ ରକ୍ଷା କରିବା, ମାସ୍କ ପରିଧାନ କରିବା, ଜରୁରୀ କାମ ନଥିଲେ ଘରୁ ବାହାରକୁ ନବାହାରିବା ଓ ନିୟମିତ ବ୍ୟବଧାନରେ ହାତ ଧୋଇବା ନେଇ ସଚେତନ କରିବ ବୋଲି ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଶ୍ରୀଯୁକ୍ତ ଭୋଇ ପ୍ରକାଶ କରିଛନ୍ତି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories