www.samajalive.in
Friday, December 5, 2025
27.1 C
Bhubaneswar

ସୃଷ୍ଟି ହେଲା ଅବପାତ, ୨୮ ତାରିଖ ଯାଏଁ ବର୍ଷା

ସମାଜ ଡିଜିଟାଲ ଡେସ୍କ: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଅବପାତ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅବପାତ ଗତ ୩ଘଣ୍ଟାରେ ୧୩କିଲୋମିଟର ପ୍ରତି ଘଣ୍ଟା ବେଗରେ ପଶ୍ଚିମ-ଉତ୍ତର ପା୍‍ଚିମ ଆଡକୁ ଗତି କରୁଛି । ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଗାଙ୍ଗେୟ ପଶ୍ଚିମ ବଙ୍ଗଳା ଏବଂ ସଲଗ୍ନ ଉତ୍ତର ଓଡ଼ିଶା ଏବଂ ଝାଡଖଣ୍ଡ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ଅଧିକ ରହିଛି । ଫଳରେ ଆସନ୍ତା ୨୮ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ନେଇ ସତର୍କ ସୂଚନା ଦିଆଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ବାରଣ କରାଯାଇଛି ।

ସେପଟେ ଅବପାତ ବର୍ଷାକୁ ନେଇ ସବୁ ଜିଲାପାଳଙ୍କୁ ସତର୍କ ରହିବାକୁ ଏସଆରସି ଚିଠି ଲେଖିଛନ୍ତି । ମୟୁରଭଞ୍ଜ, କେନ୍ଦୁଝରରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ବରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।

- Advertisement -

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories