www.samajalive.in
Sunday, November 16, 2025
15.1 C
Bhubaneswar

ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ

ଡେସ୍କ : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତରେ ପରିଣତ ହୋଇଛି । ଏହା ଉତ୍ତର କିମ୍ବା ଉତ୍ତର-ପୂର୍ବ ଦିଗକୁ ଗତିକରି ଶନିବାର ଓଡ଼ିଶା ଉପକୂଳ ମୁହାଁ ହେବାର
ସମ୍ଭାବନା ରହିଛି । ଶନିବାର ଦିନ ସକାଳ ସୁଦ୍ଧା ଉତ୍ତର ଓଡ଼ିଶା ଉପକୂଳ ପାଶ୍ୱର୍ବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି ।
ରାଜ୍ୟରେ ଶନିବାର ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଏବଂ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି । ସେଥିପାଇଁ ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।

ବିଶେଷକରି ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, କଟକ, ଖୋର୍ଦ୍ଧା ଜିଲ୍ଲାର ଅନେକ ସ୍ଥାନରେ ବର୍ଷାର ସମ୍ମାବନା ରହିଛି। ସେହିପରି ବାଲେଶ୍ବର, ଯାଜପୁର, ଗଜପତି, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ରାୟଗଡା ଜିଲ୍ଲାର କିଛି ସ୍ଥାନରେ ବର୍ଷାର ସମ୍ମାବନା ରହିଛି। ମାଲକାନଗିରିଳ, କୋରାପୁଟ, ବୌଦ୍ଧ, ଅନୁଗୁଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷାର ସମ୍ମାବନା ରହିଛି।

- Advertisement -

ଅନ୍ୟପକ୍ଷରେ ପୁରୀ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଭାରି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

୧୦ ଡିଗ୍ରୀ ତଳେ କନ୍ଧମାଳର ୨ ସହର

ଭୁବନେଶ୍ବର : ରାଜ୍ୟରେ ଧୀରେ ଧୀରେ ଶୀତ ବଢୁଛି। କନ୍ଧମାଳ ଜିଲାର...

Related Articles

Popular Categories