www.samajalive.in
Saturday, December 13, 2025
21.1 C
Bhubaneswar

୨୫ ସକାଳେ ବାଙ୍ଗଲାଦେଶ-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ ‘ସିତରଙ୍ଗ’ 

ଭୂବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି । ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଅବପାତ ରବିବାର ସକାଳ ପର୍ଯ୍ୟନ୍ତ  ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ପରେ ଏହା ଦିଗ ବଦଳାଇ ଘୂର୍ଣ୍ଣିବାତ୍ୟାରେ ରୂପାନ୍ତରିତ ହେବାର ସମ୍ଭାବନା ରହିଛି । ଏହି ବାତ୍ୟା ‘ସିତରଙ୍ଗ’  ୨୫ ତାରିଖ ସକାଳେ ପଶ୍ଚିମବଙ୍ଗ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରାଯାଇଛି।

ଏହାର ପ୍ରଭାବରେ ରବିବାର ରାତିରୁ ଉପକୂଳ ଓଡ଼ିଶାର ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୪ ଓ ୨୫ ତାରିଖ ମଧ୍ୟରେ ଧାମରାଠାରୁ ଦୁଇ ଶହ କିଲୋମିଟର ଦୂର ସମୁଦ୍ର ଭିତରେ ବାତ୍ୟା ଅତିକ୍ରମ କରିବ। ସେହି ସମୟରେ ଉପକୂଳରେ ବର୍ଷାର ପରିମାଣ ଓ ପବନର ବେଗ ବଢ଼ିବ। ୨୪ ତାରିଖରେ ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଭଳି ୫ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହ ୨୫ ତାରିଖ ଉତ୍ତର ଉପକୂଳର ତିନୋଟି ଜିଲ୍ଲା ଭଦ୍ରକ ବାଲେଶ୍ୱର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ସହ ସମୁଦ୍ର ତଟ୍ଟବର୍ତ୍ତୀ ଅଞ୍ଚଳରେ ଘଣ୍ଟା ପ୍ରତି ସର୍ବାଧିକ ୭୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories