www.samajalive.in
Monday, December 15, 2025
24.1 C
Bhubaneswar

୫ରେ ମଚ୍ଛଲିପଟନମ୍ ଛୁଇଁବ ବାତ୍ୟା

ଉପକୂଳରେ ୫୦ରୁ ୬୦କି.ମି ବେଗରେ ବହିବ ପବନ, ବନ୍ଦରଗୁଡିକୁ ବିପଦ ସଙ୍କେତ ଜାରି, ୪ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ବର : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଶୁକ୍ରବାର ଦକ୍ଷିଣ-ପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ବଙ୍ଗୋପସାଗର ଅଞ୍ଚଳରେ ପୂର୍ବାହ୍ଣ ସାଢେ ୧୧ଟାରେ ଅବପାତରେ ପରିଣତ ହୋଇଛି। ଏହା ପ୍ରତି ଘଣ୍ଟାରେ ୧୩ କି.ମି ବେଗରେ ଆଗକୁ ଗତି କରୁଛି। ଏହା ଶନିବାର ଗଭୀର ଅବପାତରେ ପରିଣତ ହୋଇ ୩ ତାରିଖ ସୁଦ୍ଧା ସାମୁଦ୍ରିକ ଝଡ ରୂପ ନେବା ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ଉତ୍ତର-ପଶ୍ଚିମ ଦିଗରେ ଗତି କରି ୪ତାରିଖ ଅପରାହ୍ଣରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ତାମିଲନାଡୁ ଉପକୂଳରେ ପହଞ୍ଚିବ। ପରବର୍ତ୍ତୀ ସମୟରେ ଉତ୍ତର ଦିଗରେ ବାତ୍ୟା ସମାନ୍ତରାଳ ଭାବେ ଗତିପଥ ବଜାୟ ରଖି ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ୫ତାରିଖ ଅପରାହ୍ଣରେ ପହଞ୍ଚିବ। ସେଠାରେ ନେଲୋର ଏବଂ ମଚ୍ଛଲିପଟନମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟା ପ୍ରତି ପବନର ବେଗ ୮୦କି.ମିରୁ ୯୦କି.ମି ବହିବ। ସ୍ଥଳବିଶେଷରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୧୦୦ କି.ମି ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଛି।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ରାଜ୍ୟରେ ୩ତାରିଖରୁ ପାଗରେ ପରିବର୍ତ୍ତନ ଆସିବା ସହ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜର କିଛି ଅଞ୍ଚଳରେ ବର୍ଷା ହୋଇପାରେ। ୪ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହେବ। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ଅଞ୍ଚଳରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିସହିତ କନ୍ଧମାଳ, ପୁରୀ, ନବରଙ୍ଗପୁର, କଳାହାଣ୍ଡି ଏବଂ ବୌଦ୍ଧରେ ବର୍ଷା ସମ୍ଭାବନା ରହିଛି।
୫ରେ ବର୍ଷାର ପରିମାଣ ବଢ଼ିବ। ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଏବଂ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା ଏବଂ ପୁରୀରେ ପ୍ରବଳ ବର୍ଷିବ। ୪ରେ ଉପକୂଳରେ ବିଶେଷ କରି ଗଜପତି, ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁରରେ ୩୫ରୁ ୫୫ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ୪ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବାରଣ କରାଯାଇଥିବା ବେଳେ ରାଜ୍ୟର ସମସ୍ତ ସାମୁଦ୍ରିକ ବନ୍ଦରଗୁଡିକ ପାଇଁ ଏକ ନମ୍ବର ବିପଦ ସଂକେତ ଜାରି କରାଯାଇଛି।
ସ୍ବତନ୍ତ୍ର ରିଲିଫ୍‌ ଆୟୁକ୍ତ(ଏସ୍‌ଆରସି)ସତ୍ୟବ୍ରତ ସାହୁ କହିଛନ୍ତି, ରାଜ୍ୟରେ ୪ ଓ ୫ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ମାଲକାନଗିରି, ପୁରୀ, ଜଗତସିଂହପୁର କୋରାପୁଟ, ରାୟଗଡା, ଗଜପତି ଏବଂ ଗଞ୍ଜାମ ଜିଲାରେ ଅଗ୍ନିଶମବାହିନୀ ଏବଂ ଓଡ୍ରାଫ୍‌ ଦଳକୁ ସଜାଗ ରଖାଯାଇଛି। ଧାନ ଅମଳ ଚାଲିଥିବାରୁ ଜମିରୁ ଫସଲ ଆଣି ସାଇତି ରଖିବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି। ମଣ୍ଡିଗୁଡିକରେ ଜରି ପାଲ ପକାଇବାକୁ କୃଷି ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଜଳମଗ୍ନ ଜନତି ସମସ୍ୟା ପାଇଁ ସ୍ବତନ୍ତ୍ର ଭାବେ ବିଭାଗ ପକ୍ଷରୁ ନଜର ରଖାଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବାକୁ ଜିଲାପାଳମାନଙ୍କୁ ବିଭାଗ ପକ୍ଷରୁ ନିର୍ଦେଶ ରହିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories