www.samajalive.in
Saturday, December 6, 2025
26.1 C
Bhubaneswar

ଗର୍ଭବତୀଙ୍କୁ ସିଡିପିଓଙ୍କ ନିର୍ଯାତନା ଘଟଣା: ତଦନ୍ତ ନିର୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ

ଡେରାବିଶ: ଗର୍ଭ ଯନ୍ତ୍ରଣାରେ ଛଟପଟ କିରାଣିଙ୍କୁ ସିଡିପିଓ ଡାକ୍ତରଖାନା ନଛାଡିବାରୁ ଗର୍ଭସ୍ଥ ଶିଶୁର ମୃତ୍ୟୁ ଅଭିଯୋଗ ମାମଲାରେ ତଦନ୍ତ ନିର୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏପରିକି ସେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ସହ କଥା ମଧ୍ୟ ହୋଇଛନ୍ତି। ସୂଚନା ଅନୁସାରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ମହିଳା ଓ ଶିଶୁ ବିକାଶ ବିଭାଗରେ କାର୍ଯ୍ୟରତ ବରିଷ୍ଠ କିରାଣି ବର୍ଷା ପ୍ରିୟଦର୍ଶିନୀ ମହାପାତ୍ର ୭ମାସର ଗର୍ଭବତୀ ଥାଇ ମଧ୍ୟ ନିୟମିତ କାର୍ଯ୍ୟାଳୟକୁ ଆସି କାର୍ଯ୍ୟ କରୁଥିଲେ। ଗତ ଶୁକ୍ରବାର କାର୍ଯ୍ୟାଳୟରେ ବର୍ଷାଙ୍କର ଗର୍ଭ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ସେ ଡାକ୍ତରଖାନା ଯିବା ପାଇଁ ବିଭାଗୀୟ ଅଧିକାରୀ ସିଡିପିଓ ସ୍ନେହଲତା ସାହୁଙ୍କୁ ନିବେଦନ କରିଥିଲେ। ମାତ୍ର ସେ ତାଙ୍କୁ ଏଥିପାଇଁ ଅନୁମତି ନ ଦେଇ ଦୁର୍ବ୍ୟବହାର କରିଥିଲେ। ଏହାପରେ ଗର୍ଭ ଯନ୍ତ୍ରଣାରେ ସେ ଅସୁସ୍ଥ ହୋଇପଡିଥିଲେ। ଏ ବିଷୟରେ ସମ୍ପର୍କୀୟମାନେ ଖବର ପାଇ ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡ଼ାର ଏକ ଘରୋଇ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଗର୍ଭରେ ଥିବା ନବଜାତକର ମୃତ୍ୟୁ ଘଟିଥିବା ଡାକ୍ତର ସୂଚନା ଦେଇଥିଲେ। ମହିଳା ଜଣକ ଏବେ ସେହି ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି। ଏ ନେଇ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣିରେ ପୀଡିତାଙ୍କ ପରିବାର ଲୋକେ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିବା ସହ ନ୍ୟାୟ ଭିକ୍ଷା କରି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିବେଦନ କରିଥିଲେ।  ତେବେ ଏହି ଘଟଣାରେ ଉପମୁଖ୍ୟମନ୍ତ୍ରୀ ତଦନ୍ତ ନିର୍ଦେଶ ଦେଇଛନ୍ତି। ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀଙ୍କୁ ତଦନ୍ତ ଦାୟିତ୍ଵ ଦିଆଯାଇଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories